ଭୁବନେଶ୍ୱର, ଜାନୁଆରୀ ୧୭(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ରବିବାର ୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୧୭ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୮୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୩୧ ହଜାର ୩୨୬ ଜଣ ସୁସ୍ଥ ହୋଇଛନ୍ତି । ୨୪୫ ଜଣଙ୍କ ମୃତ୍ଯୁ ହୋଇଛି ଏବଂ ଏବେ ୨୧୧ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ଲୋକାଲ ୱାୟାର
Leave a Reply