ଭୁବନେଶ୍ୱର, ଡିସେମ୍ବର ୭(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ସୋମବାର ଆଉ ୨୮ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୪୫ ଜଣ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ (ବିଏମସି) କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୧୬ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ଭୁବନେଶ୍ୱରରେ ମୋଟ ୩୦ ହଜାର ୯୫୪ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।
ସେମାନଙ୍କ ମଧ୍ୟରୁ ୨୨୫ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୩୦ ହଜାର ୩୫୯ ଜଣ ସୁସ୍ଥ ହୋଇଛନ୍ତି । ୩୪୯ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି ।
ଲୋକାଲ ୱାୟାର
Leave a Reply