ଭୁବନେଶ୍ୱର, ଡିସେମ୍ବର ୫(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ଶନିବାର ପୁଣି ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩ ଜଣ ସୁସ୍ଥ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ (ବିଏମସି) କହିଛି ।
ଭୁବନେଶ୍ୱରରେ ଆଜି ଚିହ୍ନଟ ହୋଇଥିବା ୩୪ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୨୮ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୦ ହଜାର ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
୨୨୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ହଜାର ୨୪୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜଧାନୀରେ ମୋଟ ୩୮୩ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ଲୋକାଲ ୱାୟାର
Leave a Reply