ଭୁବନେଶ୍ୱର, ଜାନୁଆରୀ ୧୬(ଲୋକାଲ ୱାୟାର): ରାଜଧାନୀ ଭୁବନେଶ୍ୱରରେ ଆଜି ଆଉ ୪ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩ ଜଣ ସୁସ୍ଥ ହୋଇଥିବା ବିଏମସି କହିଛି ।
ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ୪ ଜଣଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନରେ ଅଛନ୍ତି ଏବଂ ୨ ଜଣ ସ୍ଥାନୀୟ ସଂକ୍ରମିତ ।
ଏ ପର୍ଯ୍ୟନ୍ତ ରାଜଧାନୀରେ ମୋଟ ୩୧ ହଜାର ୭୮୪ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୩୧ ହଜାର ୩୧୮ ଜଣ ସୁସ୍ଥ ହୋଇଛନ୍ତି ।
୨୪୪ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୨୦୧ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି ।
ଲୋକାଲ ୱାୟାର
Leave a Reply