• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ରାଜନୈତିକ ହିଂସାରେ ପ୍ରାଣ ହରାଇଥିବା ଲୋକଙ୍କ ତାଲିକା ଡିଜିପିଙ୍କୁ ଦେଲେ ଅପରାଜିିତା

ରାଜନୈତିକ ହିଂସାରେ ପ୍ରାଣ ହରାଇଥିବା ଲୋକଙ୍କ ତାଲିକା ଡିଜିପିଙ୍କୁ ଦେଲେ ଅପରାଜିିତା

January 8, 2021 By LocalWire Leave a Comment

କଟକ, ଜାନୁଆରୀ ୮(ଲୋକାଲ ୱାୟାର): ରାଜ୍ୟରେ ୨୦୧୭ ପଞ୍ଚାୟତ ନିର୍ବାଚନରୁ ୨୦୧୯ ସାଧାରଣ ନିର୍ବାଚନ ମଧ୍ୟରେ ରାଜନୈତିକ ହିଂସାରେ ପ୍ରାଣ ହରାଇଥିବା ବିଜେପି କର୍ମୀ ଓ ଅନ୍ୟାନ୍ୟ ଲୋକଙ୍କ ତାଲିକା ଡିଜିପିଙ୍କୁ ଦେବା ସହ ଆସନ୍ତା ଦିନରେ ପରିସ୍ଥିତି ପଶ୍ଚିମବଙ୍ଗ ଭଳି ହୋଇଯିବ ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ ଚେତାବନୀ ଦେଇଛନ୍ତି ।

ସାଂସଦ ପ୍ରଦାନ କରିଥିବା ତାଲିକାରେ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ତିନି ଜଣ (ବୁଗୁଡ଼ାର ଶିଶିର ନାୟକ, ହିଞ୍ଜିଳିର ବୁଲୁ ପ୍ରଧାନ ଏବଂ ମର୍ଦ୍ଦକୋଟ ପଞ୍ଚାୟତର ପିତାମ୍ବର ସ୍ୱାଇଁ)) ହତ୍ୟାର ଶିକାର ହୋଇଥିବା ଉଲ୍ଲେଖ କରାଯାଇଛି ।

କେନ୍ଦ୍ରାପଡ଼ାରେ ଦୁଇ ଜଣ (ପାଟକୁରାର ବଳରାମ ଜେନା ଓ କନ୍ସରର ମମତାରାଣୀ ସାମଲ) ଏବଂ ଖୋର୍ଦ୍ଧାରେ ଦୁଇ ଜଣ(ଜଙ୍କିଆ ବଡ଼ପୋଖରିଆରେ ଚିତ୍ରସେନ ଜେନା ଓ ମଙ୍ଗୁଲି ଜେନା)ଙ୍କୁ ହତ୍ୟା କରାଯାଇଥିବା ଉଲ୍ଲେଖ ଅଛି ।

ସେହିପରି ଢେଙ୍କାନାଳ ଜିଲ୍ଲା ତରଭାରେ ସଲମନ ରାଉତ, ମାଲକାନଗିରି ଜିଲ୍ଲାର ତମସା ପଞ୍ଚାୟତରେ ସପନ ବାବାଲି, ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ଉତ୍ତମ ବିଶ୍ୱାଳ, ଗଜପତି ଜିଲ୍ଲା ପାରଳାଖେମୁଣ୍ଡି କରମଡ଼ାରେ ମିନତୀ ଶବର, ଭଦ୍ରକ ଜିଲ୍ଲା ବନ୍ତରେ ସୁରେଶ ରାଉତ, କୋରାପୁଟ ଜିଲ୍ଲା ବନ୍ଧୁଗାଁରେ କାମେଶ୍ୱର ପାଇକ, ବଲାଙ୍ଗିର ଜିଲ୍ଲା ଭୁଣ୍ଡିମୁହାଁରେ ରୋହିତ ପ୍ରଧାନ, ରାୟଗଡ଼ା ଜିଲ୍ଲା ପାଲୁଗାଁରେ ଅଭିଳାଷ ବାଗ ମଧ୍ୟ ରାଜନୈତିକ ହତ୍ୟାର ଶିକାର ହୋଇଥିବା ସାଂସଦ ଦର୍ଶାଇଛନ୍ତି ।

ଶୁକ୍ରବାର ବିଜେପି ନେତାମାନଙ୍କ ନେତୃତ୍ୱରେ କର୍ମୀମାନେ କଟକରେ ଡିଜିପିଙ୍କ କାର୍ଯ୍ୟାଳୟ ଘେରାଉ କରିବା ପରେ ନେତାମାନେ ଡିଜିପିଙ୍କ ସହ ଆଲୋଚନା କରିଥିଲେ ।

ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ଦଳର ଅନ୍ୟ ନେତାମାନେ ଏହି ଆଲୋଚନାରେ ସାମିଲ ହୋଇଥିଲେ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କଟକ

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire