• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ରାଜାରାଣୀ ସଙ୍ଗୀତ ଉତ୍ସବର ଉଦଘାଟନୀ ସଂଧ୍ୟାରେ ଶାସ୍ତ୍ରୀୟ ସଙ୍ଗୀତର ମୁର୍ଚ୍ଛନା

ରାଜାରାଣୀ ସଙ୍ଗୀତ ଉତ୍ସବର ଉଦଘାଟନୀ ସଂଧ୍ୟାରେ ଶାସ୍ତ୍ରୀୟ ସଙ୍ଗୀତର ମୁର୍ଚ୍ଛନା

January 18, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୧୮(ଲୋକାଲ ୱାୟାର): ରାଜ୍ୟ ପର୍ଯ୍ୟଟନ ଓ ସଂସ୍କୃତି ବିଭାଗ ପକ୍ଷରୁ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ଦ୍ୱାରା ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବ ସୋମବାରଠାରୁ ତିନିଦିନ ଧରି କଳିଙ୍ଗ କଳାସ୍ଥାପତ୍ୟର ଚମକ୍ରାର କଳାକୃତି ଏକାଦଶ ଶତାବ୍ଦୀ ନିର୍ମିତ ପ୍ରସିଦ୍ଧ ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେଉଛି ।

ଏହି ଉତ୍ସବର ମୁଖ୍ୟ ଉଦେଶ୍ୟ ଭାରତବର୍ଷରେ ଥିବା ଶାସ୍ତ୍ରୀୟ ତଥା ପାରମ୍ପରିକ ସଙ୍ଗୀତକୁ ଗୋଟିଏ ମଞ୍ଜରେ ପ୍ରଦର୍ଶନ କରାଇ ଆଗାମୀ ପିଢ଼ିର କଳାକାରମାନଙ୍କୁ ଆମର ଶାସ୍ତ୍ରୀୟ ସଙ୍ଗୀତ ପ୍ରତି ରୁଚି ବଢ଼ାଇବା ସହିତ ଏହି କଳାର ପ୍ରଚାର ପ୍ରସାର କରାଇବା ।

ଏହା ବ୍ୟତୀତ ମନ୍ଦିରମାଳିନୀ ଭୁବନେଶ୍ୱରରେ ରାଜାରାଣୀ ମନ୍ଦିର ପରି ଏକ ରମଣୀୟ ତଥା କମନୀୟ ସ୍ଥାପତ୍ୟ କଳାପୂର୍ଣ୍ଣ ମନ୍ଦିରକୁ ରାଜ୍ୟବାହାରୁ ତଥା ବିଦେଶରୁ ସଙ୍ଗୀତ ପ୍ରେମୀ ବିଧଗ୍ଧ ଶ୍ରୋତା ଓ ପର୍ଯ୍ୟଟକମାନଙ୍କୁ ଆକର୍ଷଣ କରାଇବା ।

ଆଜି ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଥିଲା କର୍ଣ୍ଣାଟକୀ ସଙ୍ଗୀତର ପ୍ରସିଦ୍ଧ ଗାୟୀକା ବିଦୁଶୀ ଶୁଦ୍ଧା ରଘୁରମଣନଙ୍କର କର୍ଣ୍ଣାଟକୀ ସଙ୍ଗୀତ ପରିବେଷଣ ।

ସେ ପ୍ରଥମେ ସିଦ୍ଧିବିନାୟକଙ୍କ ବନ୍ଦନା ରାଗ ଆସୀ ଓ ଆଦିତାଳରୁ ଆରମ୍ଭ କରି ରାଗ ହଂସ ଧ୍ୱନି, ରାଗଶ୍ରୀ ଏବଂ ଶିବପଞ୍ଚାକ୍ଷର ପରିବେଷଣ କରି ଶ୍ରୋତାମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ ।

ସଂଧ୍ୟାର ଦ୍ୱିତୀୟ କାର୍ଯ୍ୟକ୍ରମ ଥିଲା ରିଦିମସ୍କେପ୍‌ ମାଷ୍ଟରୋ ବିକ୍ରମ ଘୋଷଙ୍କ ଦ୍ୱାରା ତବଲା ଫୁ୍ୟଜନ ।

ତାଙ୍କର ପ୍ରସ୍ତୁତିରେ ଥିଲା ଶିବ ତାଣ୍ଡବ ସହିତ ତବଲା, ପୋଖଜ, କର୍ଣ୍ଣାଟକୀ ମୃଦଙ୍ଗମ୍‌, ପାରମ୍ପାରିକ ଶ୍ରୀଖଳ ଓ ସମସାମୟିକ ଡ଼୍ରମ୍‌ର ସମ୍ମନୟରେ ଶାସ୍ତ୍ରୀୟ ତବଲା ବାଦନ ଯାହା ବିକ୍ରମ ଘୋଷଙ୍କର ସୃଜନଶୀଳତାର ଶୁଖ୍ମତା ପ୍ରତିପାଦିତ ହୋଇଥିଲା ।

ଆଜି ସନ୍ଧ୍ୟାର ଅତିଥିମାନେ ଥିଲେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କର ମୁଖ୍ୟ ଉପଦେଷ୍ଟା ଆର. ବାଲକ୍ରୀଷ୍ଣନ୍‌, ପର୍ଯ୍ୟଟନ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବ, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର, ପର୍ଯ‎୍ୟଟନ ବିଭାଗର ନିର୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire