ଭୁବନେଶ୍ୱର, ସେପ୍ଟେମ୍ବର ୧୮ (ଲୋକାଲ ୱାୟାର) : ରାଜ୍ୟରେ ଶୁକ୍ରବାର ଆଉ ୪୧୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୧, ୩୭, ୫୬୭ ଜଣ ଆରୋଗ୍ୟ ହୋଇଛନ୍ତି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୮୨ ଜଣ ଆରୋଗ୍ୟ ହୋଇଥିବା ବେଳେ , କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗିରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ ୧୧୫, ନୁଆପଡାରୁ ୧୧୨,
କନ୍ଧମାଳରୁ ୧୦୨, ଗଞ୍ଜାମରୁ ୯୮, ବରଗଡରୁ ୯୪, ରାୟଗଡାରୁ ୮୯ ଓ ବାଲେଶ୍ୱରରୁ ୮୦ ଜଣ ସୁସ୍ଥ ହୋଇଛନ୍ତି ।
ସେହିପରି ସମ୍ବଲପୁରରୁ ୭୮, ଭଦ୍ରକରୁ ୭୭, କେନ୍ଦୁଝରରୁ ୭୭, କୋରାପୁଟରୁ ୭୫, କଳାହାଣ୍ଡିରୁ ୭୧, ଝାରସୁଗୁଡାରୁ ୫୯, ଢେଙ୍କାନାଳରୁ ୫୨, ମୟୂରଭଞ୍ଜରୁ ୪୯, ନୟାଗଡ଼ରୁ ୪୭, ବୌଦ୍ଧରୁ ୩୮, ମାଲକାନଗିରିରୁ ୩୪, ଗଜପତିରୁ ୨୫, ସୁନ୍ଦରଗଡରୁ ୨୩, ଅନୁଗୁଳରୁ ୧୬, ଦେବଗଡରୁ ୧୦ ଓ ଷ୍ଟେଟ୍ ପୁଲରୁ ୩୨୦ ଆରୋଗ୍ୟ ହୋଇଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୧ ଲକ୍ଷ ୭୧ ହଜାର ୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮୨ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି ।
ଲୋକାଲ ୱାୟାର
Leave a Reply