ଭୁବନେଶ୍ୱର, ଅଗଷ୍ଟ ୨୫ (ଲୋକାଲ ୱାୟାର) : ରାଜ୍ୟରେ ମଙ୍ଗଳବାର ଆଉ ୨୫୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ୫୯ ହଜାର ୪୭୦ ଜଣ ଆରୋଗ୍ୟ ହୋଇଛନ୍ତି ।
ଆରୋଗ୍ୟଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୨୭ ଜଣ ଥିବାବେଳେ ଗଞ୍ଜାମରୁ ୨୬୬, ନୟାଗଡରୁ ୧୪୩, ପୁରୀରୁ ୧୪୧, ରାୟଗଡାରୁ ୧୧୨, କୋରାପୁଟରୁ ୧୦୪, ଭଦ୍ରକରୁ ୯୯, କଟକରୁ ୯୮, ବୌଦ୍ଧରୁ ୮୭, ମାଲକାନଗିରିରୁ ୭୬, କେନ୍ଦ୍ରାପଡାରୁ ୭୪, କନ୍ଧମାଳରୁ ୭୩, ସୁନ୍ଦରଗଡରୁ ୭୩, କଳାହାଣ୍ଡିରୁ ୭୨, ମୟୂରଭଞ୍ଜରୁ ୭୦ ଓ ବାଲେଶ୍ୱରରୁ ୬୩ ଅଛନ୍ତି ।
ସେହିପରି ନବରଙ୍ଗପୁରରୁ ୪୪, ଗଜପତିରୁ ୪୨, ଯାଜପୁରରୁ ୪୦, କେନ୍ଦୁଝରରୁ ୩୭, ଅନୁଗୁଳରୁ ୩୨, ଜଗତସିଂହପୁରରୁ ୩୨, ସମ୍ବଲପୁରରୁ ୩୨, ବରଗଡରୁ ୨୯, ଢେଙ୍କାନାଳରୁ ୨୦, ସୋନପୁରରୁ ୨୦, ବଲାଙ୍ଗିରରୁ ୧୮, ଝାରସୁଗୁଡାରୁ ୧୭ ଓ ଦେବଗଡରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୮୪ ହଜାର ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨୮ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି ।
ଲୋକାଲ ୱାୟାର
Leave a Reply