ଭୁବନେଶ୍ୱର, ଡିସେମ୍ବର ୯ (ଲୋକାଲ ୱାୟାର) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ବୁଧବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
କରୋନାରେ ଜୀବନ ହରାଇଥିବା ୫ ଜଣଙ୍କ ମଧ୍ୟରୁ ପୁରୀରୁ ଦୁଇ ଜଣ ମହିଳା (୫୧ ଓ ୫୨ ବର୍ଷ) ଥିବାବେଳେ ଭୁବନେଶ୍ୱରରୁ ଜଣେ ପୁରୁଷ (୭୪) ଓ ଜଣେ ମହିଳା (୪୯) ଏବଂ ସମ୍ବଲପୁରରୁ ଜଣେ ମହିଳା (୬୧) ଅଛନ୍ତି ।
ଏମାନେ ସମସ୍ତେ କରୋନା ପଜିଟିଭ ଚିହ୍ନଟ ହେଲା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ସମସ୍ତଙ୍କର ମୃତ୍ୟୁ ହୋଇଛି ।
ଏବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୮୯କୁ ବୃଦ୍ଧି ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଏ ସମସ୍ତଙ୍କୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୧,୮୪୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ରାଜ୍ୟରେ ଏବେ ସୁଦ୍ଧା ୩, ୨୨, ୨୯୯ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩, ୧୬, ୯୭୦ ଜଣ ସୁସ୍ଥ ହୋଇଛନ୍ତି ।
୩୪୮୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଲୋକାଲ ୱାୟାର
Leave a Reply