ଭୁବନେଶ୍ୱର, ଡିସେମ୍ବର ୬ (ଲୋକାଲ ୱାୟାର) : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ହ୍ରାସ ପାଉଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ରବିବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
କରୋନାରେ ଜୀବନ ହରାଇଥିବା ୬ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଥିବାବେଳେ ବାଲେଶ୍ୱର, ବଲାଙ୍ଗିର, କଳାହାଣ୍ଡି ଓ ନୂଆପଡ଼ାରୁ ଜଣେ ଲେଖାଏଁ ଅଛନ୍ତି ।
ଏମାନେ ସମସ୍ତେ କରୋନା ପଜିଟିଭ ଚିହ୍ନଟ ହେଲା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ସମସ୍ତଙ୍କର ମୃତ୍ୟୁ ହୋଇଛି ।
ଏବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଏ ସମସ୍ତଙ୍କୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୧,୮୨୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ରାଜ୍ୟରେ ଏବେ ସୁଦ୍ଧା ୩, ୨୧, ୧୯୬ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩, ୧୫, ୨୭୦ ଜଣ ସୁସ୍ଥ ହୋଇଛନ୍ତି ।
୪,୧୦୨ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଲୋକାଲ ୱାୟାର
Leave a Reply