ଭୁବନେଶ୍ୱର, ନଭେମ୍ବର ୨୯ (ଲୋକାଲ ୱାୟାର) : ରାଜ୍ୟରେ ରବିବାର ଆଉ ୭୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୧୧, ୨୫୬ ଜଣ ଆରୋଗ୍ୟ ହୋଇଛନ୍ତି ।
ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫ ଜଣ ଲେଖାଏଁ ଆରୋଗ୍ୟ ହୋଇଥିବା ବେଳେ କେନ୍ଦୁଝରରୁ ୫୮, ମୟୂରଭଞ୍ଜରୁ ୪୮, ଅନୁଗୁଳରୁ ୪୬, ଜଗତସିଂହପୁରରୁ ୪୨, କଳାହାଣ୍ଡିରୁ ୩୭, ନୂଆପଡାରୁ ୩୭, ସମ୍ବଲପୁରରୁ ୩୫, ସୁନ୍ଦରଗଡରୁ ୩୫, ବାଲେଶ୍ଵରରୁ ୩୩, କେନ୍ଦ୍ରାପଡାରୁ ୨୯, ବଲାଙ୍ଗୀରରୁ ୨୧, ଯାଜପୁରରୁ ୨୧ ଓ ଭଦ୍ରକରୁ ୧୯ ଜଣ ସୁସ୍ଥ ହୋଇଛନ୍ତି ।
ସେହିପରି ଝାରସୁଗୁଡାରୁ ୧୪, ଢେଙ୍କାନାଳରୁ ୧୩, ବରଗଡରୁ ୧୨, ଗଞ୍ଜାମରୁ ୧୧, କୋରାପୁଟରୁ ୧୦, ପୁରୀରୁ ୯, ଦେବଗଡରୁ ୮, କନ୍ଧମାଳରୁ ୬, ନବରଙ୍ଗପୁରରୁ ୫, ମାଲକାନଗିରିରୁ ୩, ନୟାଗଡରୁ ୩, ସୋନପୁରରୁ ୩, ବୌଦ୍ଧରୁ ୨, ରାୟଗଡାରୁ ୧ ଓ ଷ୍ଟେଟ୍ ପୁଲ୍ରୁ ୧୫ ଜଣ ଆରୋଗ୍ୟ ହୋଇଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୧୮,୩୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୩୪ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply