ଭୁବନେଶ୍ୱର, ଜାନୁଆରୀ ୫ (ଲୋକାଲ ୱାୟାର) : ରାଜ୍ୟରେ ମଙ୍ଗଳବାର ଆଉ ୨୭୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ୩, ୨୬, ୭୭୮ ଜଣ ଆରୋଗ୍ୟ ହୋଇଛନ୍ତି ।
ଆରୋଗ୍ୟଙ୍କ ମଧ୍ୟରୁ ସୁନ୍ଦରଗଡରୁ ଜିଲ୍ଲାରୁ ସର୍ବାଧିକ ୩୩ ଜଣ ଥିବାବେଳେ କେନ୍ଦ୍ରାପଡାରୁ ୩୧, ମୟୂରଭଞ୍ଜରୁ ୨୪, ବଲାଙ୍ଗୀରରୁ ୨୧, ଅନୁଗୁଳରୁ ୨୦, ସମ୍ବଲପୁରରୁ ୧୯, ଝାରସୁଗୁଡାରୁ ୧୮, ବାଲେଶ୍ଵରରୁ ୧୬, କଟକରୁ ୧୬, ଯାଜପୁରରୁ ୧୬, ଖୋର୍ଦ୍ଧାରୁ ୧୫, ବରଗଡରୁ ୯, କେନ୍ଦୁଝରରୁ ୯, ନୂଆପଡାରୁ ୪, ଢେଙ୍କାନାଳରୁ ୨, ଗଞ୍ଜାମରୁ ୨, ନବରଙ୍ଗପୁରରୁ ୨, ରାୟଗଡାରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, ରାୟଗଡାରୁ ୨, ଭଦ୍ରକରୁ ୧, ଜଗତସିଂହପୁରରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୭ ଜଣ ଆରୋଗ୍ୟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ୟ୍ୟନ୍ତ ମୋଟ ୩,୩୦, ୬୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୮୭ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply