ଭୁବନେଶ୍ୱର, ଜାନୁଆରୀ ୨୬ (ଲୋକାଲ ୱାୟାର) : ରାଜ୍ୟରେ ମଙ୍ଗଳବାର ଆଉ ୧୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୩୧, ୪୨୭ ଜଣ ଆରୋଗ୍ୟ ହୋଇଛନ୍ତି ।
ଆରୋଗ୍ୟଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୯ ଜଣ ଥିବାବେଳେ ଖୋର୍ଦ୍ଧାରୁ ୧୯, ପୁରୀରୁ ୧୬, ସମ୍ବଲପୁରରୁ ୧୨, ବରଗଡ଼ରୁ ୧୦, ଅନୁଗୁଳରୁ ୯, କଟକ ଓ ଯାଜପୁରରୁ ୭ ଜଣ ଲେଖାଏଁ, ବାଲେଶ୍ୱରରୁ ୬, ନୂଆପଡ଼ାରୁ ୫, କେନ୍ଦ୍ରାପଡ଼ାରୁ ୪, କେନ୍ଦୁଝରରୁ ୩, ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ, ଭଦ୍ରକ, ଦେବଗଡ଼, ଜଗତସିଂହପୁରରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୁଲ୍ରୁ ୫ ଜଣ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୩୪,୫୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୦୬ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply