ଭୁବନେଶ୍ୱର, ଜାନୁଆରୀ ୨୯ (ଲୋକାଲ ୱାୟାର) : ରାଜ୍ୟରେ ଶୁକ୍ରବାର ଆଉ ୧୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୩୧, ୮୨୪ ଜଣ ଆରୋଗ୍ୟ ହୋଇଛନ୍ତି ।
ଆରୋଗ୍ୟଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୦ ଜଣ ଥିବାବେଳେ ପୁରୀ ଓ ସମ୍ବଲପୁରରୁ ୨୩ ଜଣ ଲେଖାଏଁ, ବାଲେଶ୍ୱରରୁ ୧୨, ଅନୁଗୁଳ ଓ ଖୋର୍ଦ୍ଧାରୁ ୯ ଜଣ ଲେଖାଏଁ, ବରଗଡ଼ରୁ ୭, ଜଗତସିଂହପୁରରୁ ୬, କଟକ ଓ ଯାଜପୁର ୫ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୪, ବଲାଙ୍ଗୀର, ଗଜପତି ଓ ନୂଆପଡ଼ାରୁ ୩ ଜଣ ଲେଖାଏଁ, ଗଞ୍ଜାମ, କୋରାପୁଟ, କେନ୍ଦୁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଭଦ୍ରକ, ଦେବଗଡ଼, କନ୍ଧମାଳ, ବୌଦ୍ଧ ଓ ସୋନପୁରରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୁଲ୍ରୁ ୨ ଜଣ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୩୪,୮୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୦୬ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply