ଭୁବନେଶ୍ୱର, ଜାନୁଆରୀ ୩ (ଲୋକାଲ ୱାୟାର) : ରାଜ୍ୟରେ ରବିବାର ଆଉ ୨୪୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୨୬, ୨୦୯ ଜଣ ଆରୋଗ୍ୟ ହୋଇଛନ୍ତି ।
ଆଜି ସୁନ୍ଦରଗଡ଼ରୁ ୩୬, ଖୋର୍ଦ୍ଧାରୁ ୩୩, ଅନୁଗୁଳ ଓ କଟକରୁ ୨୧ ଜଣ ଲେଖାଏଁ, ସମ୍ବଲପୁରରୁ ୧୯, ବରଗଡ଼ରୁ ୧୮, ବଲାଙ୍ଗିର ଓ ମୟୂରଭଞ୍ଜରୁ ୧୬ ଜଣ ଲେଖାଏଁ, ଯାଜପୁରରୁ ୧୧, ବାଲେଶ୍ୱର ଓ କେନ୍ଦ୍ରାପଡ଼ାରୁ ୧୦ ଜଣ ଲେଖାଏଁ, ନୂଆପଡ଼ାରୁ ୯, ଝାରସୁଗୁଡ଼ା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ଭଦ୍ରକ, ଜଗତସିଂହପୁର ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ, କେନ୍ଦୁଝର, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୁଲ୍ରୁ ୯ ଜଣ ଆରୋଗ୍ୟ ହୋଇଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୩୦,୩୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୮୩ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply