ଭୁବନେଶ୍ୱର, ଡିସେମ୍ବର ୨୫ (ଲୋକାଲ ୱାୟାର) : ରାଜ୍ୟରେ ଶୁକ୍ରବାର ଆଉ ୪୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୩, ୨୩, ୩୭୮ ଜଣ ଆରୋଗ୍ୟ ହୋଇଛନ୍ତି ।
ଆଜି ସୁନ୍ଦରଗଡ଼ରୁ ୫୨, ଖୋର୍ଦ୍ଧାରୁ ୪୨, କେନ୍ଦ୍ରାପଡାରୁ ୩୫, କଟକରୁ ୨୭, ସମ୍ବଲପୁରରୁ ୨୬, ବଲାଙ୍ଗୀରରୁ ୨୪, ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୨, ପୁରୀରୁ ୧୮, ବରଗଡରୁ ୧୭, ଅନୁଗୁଳରୁ ୧୫, ବାଲେଶ୍ଵରରୁ ୧୧ ଓ କେନ୍ଦୁଝରରୁ ୧୦ ଜଣ ସୁସ୍ଥ ହୋଇଛନ୍ତି ।
ସେହିପରି ଦେବଗଡରୁ ୯, ନବରଙ୍ଗପୁରରୁ ୯, ନୂଆପଡାରୁ ୮, ଝାରସୁଗୁଡାରୁ ୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୬, ଜଗତସିଂହପୁରରୁ ୫, ରାୟଗଡାରୁ ୫, ଭଦ୍ରକରୁ ୪, ଗଞ୍ଜାମରୁ ୪, ମାଲକାନଗିରିରୁ ୪, ନୟାଗଡରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ୍ ପୁଲ୍ରୁ ୧୧ ଜଣ ଆରୋଗ୍ୟ ହୋଇଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୩,୨୭, ୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୮୫୩ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି ।
ଲୋକାଲ ୱାୟାର
Leave a Reply