ଭୁବନେଶ୍ୱର, ଡିସେମ୍ବର ୨୪(ଲୋକାଲ ୱାୟାର): ରାଜ୍ୟରେ ପ୍ରଥମ ଥର ଆରମ୍ଭ ହୋଇଛି ଟାଉନପ୍ଲାନିଂ ସ୍କିମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଶୁଭାରମ୍ଭ କରିଛନ୍ତି ।
ଭୁବନେଶ୍ୱର ଉପକଣ୍ଠରେ ୪ଟି ଗାଁ ସହଜପୁର, ନାରଗୋଦା, ସିଜୁପୁଟ ଓ ପାଇକରାପୁରରେ ଏହା ଆରମ୍ଭ ହୋଇଥିଲା ବେଳେ ଆଗକୁ ରାଜ୍ୟରେ ଅନ୍ୟ ସହରାଞ୍ଚଳରେ ମଧ୍ୟ କାର୍ଯ୍ୟକାରୀ ହେବ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଯୋଜନାବଦ୍ଧ ବିକାଶରେ ରାଜ୍ୟରେ ନୂଆ ଯୁଗର ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ନିର୍ଦ୍ଦିଷ୍ଟ ସମୟସୀମାରେ ସରିବ । ଅନ୍ୟ ସହରଗୁଡ଼ିକ ପାଇଁ ଏହା ଆଦର୍ଶ ସୃଷ୍ଟି କରିବ ।
ରାଜ୍ୟରେ ଏବେ ୫୮ଟି ରାଜସ୍ୱ ଗ୍ରାମରେ ୪୫ଟି ଟାଉନ ପ୍ଲାନିଂ କରାଯାଇଛି । ପ୍ରାଥମିକ ଭାବେ ୪ଟି ଗାଁ ଯୋଜନା ଅନୁମୋଦିତ ହୋଇଛି । ମୋଟ ୭୪୬ ଏକର ଜମିରେ ଭିତ୍ତିଭୂମିର ବିକାଶ କରାଯାଉଛି ।
କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ସଚିବ ଅଶୋକ କୁମାର ମୀନା, ଗୃହ ଓ ନଗର ଉନ୍ନୟନ ସଚିବ ଜି.ମାଥିଭାତନନ୍, ରାଜସ୍ୱ ସଚିବ ବିଷ୍ଣୁପଦ ସେଠୀ ଓ ପୂର୍ତ୍ତ ସଚିବ କି୍ରଷନ କୁମାର ଉପସ୍ଥିତ ଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ ।
ଲୋକାଲ ୱାୟାର
Leave a Reply