ଭୁବନେଶ୍ୱର, ଅକ୍ଟୋବର ୨୭ (ଲୋକାଲ ୱାୟାର) : ରାଜ୍ୟରେ ମଙ୍ଗଳବାର ଆଉ ୨୦୧୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ବିଭାଗ କହିଛି ।
ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୨, ୬୮, ୧୧୫ ଜଣ ଆରୋଗ୍ୟ ହୋଇଛନ୍ତି ।
ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୯ ଜଣ ଆରୋଗ୍ୟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୬୪, ମୟୂରଭଞ୍ଜରୁ ୧୦୩, ସୁନ୍ଦରଗଡରୁ ୧୦୨, ସୋନପୁରରୁ ୯୯, କେନ୍ଦୁଝରରୁ ୮୯, ବଲାଙ୍ଗୀରରୁ ୮୬, ବରଗଡରୁ ୭୯, ଯାଜପୁରରୁ ୭୫, ଅନୁଗୁଳରୁ ୭୩, ନବରଙ୍ଗପୁରରୁ ୭୩, ବାଲେଶ୍ଵରରୁ ୭୨, ଜଗତସିଂହପୁରରୁ ୬୭, କଳାହାଣ୍ଡିରୁ ୬୫, ନୟାଗଡରୁ ୬୩ ଓ କେନ୍ଦ୍ରାପଡାରୁ ୬୧ ଜଣ ସୁସ୍ଥ ହୋଇଛନ୍ତି ।
ସେହିପରି ସମ୍ବଲପୁରରୁ ୫୩, ପୁରୀରୁ ୪୭, ଝାରସୁଗୁଡାରୁ ୪୬, ନୂଆପଡାରୁ ୪୩, ଭଦ୍ରକରୁ ୪୦, ଢେଙ୍କାନାଳରୁ ୩୮, କୋରାପୁଟରୁ ୩୦, ମାଲକାନଗିରିରୁ ୨୯, କନ୍ଧମାଳରୁ ୨୭, ଗଞ୍ଜାମରୁ ୨୨, ବୌଦ୍ଧରୁ ୧୮, ଦେବଗଡରୁ ୧୫ ଓ ରାୟଗଡାରୁ ୭ ଓ ଷ୍ଟେଟ୍ ପୁଲ୍ରୁ ୫୫ ଜଣ ଆରୋଗ୍ୟ ହୋଇଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୨ ଲକ୍ଷ ୮୩ ହଜାର ୯୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୭୨ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି ।
ଲୋକାଲ ୱାୟାର
Leave a Reply