• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ରାଜ୍ୟରେ ୧୧ ମାସରେ ୬୫ କୋଟିର ଗଞ୍ଜେଇ ଜବତ

ରାଜ୍ୟରେ ୧୧ ମାସରେ ୬୫ କୋଟିର ଗଞ୍ଜେଇ ଜବତ

December 19, 2020 By LocalWire Leave a Comment

କଟକ, ଡିସେମ୍ବର ୧୯(ଲୋକାଲ ୱାୟାର): ରାଜ୍ୟରେ ଗତ ୧୧ ମାସ ମଧ୍ୟରେ ୬୫ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଥିବା ପୁଲିସ ବିଭାଗ ପକ୍ଷରୁ ଶନିବାର କୁହାଯାଇଛି ।

ଚଳିତ ବର୍ଷ ଗଞ୍ଜେଇ ଜବତରେ ଓଡ଼ିଶା ପୁଲିସ୍ ରେକର୍ଡ କରିଛି । ଜାନୁଆରୀରୁ ନଭେମ୍ବର ମାସ ମଧ୍ୟରେ ୧୨୯୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ ହୋଇଛି । କୋରାପୁଟ ପୁଲିସ ସର୍ବାଧିକ ୫୨୮ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଛି ।

ପୁଲିସ୍ର ସୂଚନାନୁସାରେ, ଗତ ୧୦ ବର୍ଷରେ ହାରାହାରି ଜବତ ଗଞ୍ଜେଇର ପରିମାଣଠାରୁ ଚଳିତ ବର୍ଷ ଜବତ ପରିମାଣ ରେକର୍ଡ କରିଛି ।

୨୦୧୦ରେ ୭୩ କ୍ୱିଣ୍ଟାଲ୍, ୨୦୧୧ରେ ୨୦୮ କ୍ୱିଣ୍ଟାଲ୍, ୨୦୧୨ରେ ୧୦୭ କ୍ୱିଣ୍ଟାଲ୍, ୨୦୧୩ରେ ୩୭୧ କ୍ୱିଣ୍ଟାଲ, ୨୦୧୪ରେ ୨୮୮କ୍ୱିଣ୍ଟାଲ, ୨୦୧୫ରେ ୧୯୮ କ୍ୱିଣ୍ଟାଲ, ୨୦୧୬ରେ ୪୨୮ କ୍ୱିଣ୍ଟାଲ୍, ୨୦୧୭ରେ ୩୦୪ କ୍ୱିଣ୍ଟାଲ୍, ୨୦୧୮ରେ ୫୨୩ କ୍ୱିଣ୍ଟାଲ ଏବଂ ୨୦୧୯ରେ ୬୧୮ କ୍ୱିଣ୍ଟାଲ୍ ଗଞ୍ଜେଇ ଜବତ ହୋଇଥିଲା ।

ବିଶେଷ କରି କୋରାପୁଟ, ମାଲକାନଗିରି, ଗଜପତି ଆଦି ଉପାନ୍ତ ଜିଲ୍ଲାରେ ଅଧିକ ଗଞ୍ଜେଇ ଜବତ ହେଉଛି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କଟକ

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire