• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ରାଜ୍ୟର ଦୁର୍ବଳ ସ୍ୱାସ୍ଥ୍ୟ ସେବାକୁ ପିସିସି ସଭାପତିଙ୍କ ସମାଲୋଚନା

ରାଜ୍ୟର ଦୁର୍ବଳ ସ୍ୱାସ୍ଥ୍ୟ ସେବାକୁ ପିସିସି ସଭାପତିଙ୍କ ସମାଲୋଚନା

February 11, 2021 By Ashis Senapati Leave a Comment

କେନ୍ଦ୍ରାପଡା, ଫେବ୍ରୁଆରୀ ୧୧ (ଲୋକାଲ ୱାୟାର): ରାଜ୍ୟରେ ଅଧାରୁ ଅଧିକ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଫାଙ୍କା ପଡିଛି ।

ଚିକିତ୍ସା ଉପକରଣ ଓ ଔଷଧ କିଣାରେ ବଡ ଧରଣର ଦୁର୍ନୀତି ହୋଇଛି । ଏସବୁ ପ୍ରତି ସରକାର ଆଖିବୁଜି ଦେଇଥିବାରୁ ରାଜ୍ୟର ସ୍ୱାସ୍ଥ୍ୟ ସେବା ଭୁଷୁଡି ପଡିଲାଣି ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅଭିଯୋଗ କରିଛନ୍ତି ।

କେନ୍ଦ୍ରାପଡାରେ ମେଡିକାଲ କଲେଜ ସ୍ଥାପନ ଦାବିରେ କଂଗ୍ରେସ ପକ୍ଷରୁ ଆୟୋଜିତ ସମ୍ମିଳନୀରେ ଯୋଗ ଦେଇ ପିସିସି ସଭାପତି ଏହା କହିଛନ୍ତି ।

ସେହିପରି ଗ୍ରାମାଚଂଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ଡାକ୍ତର ନିଯୁକ୍ତ ହେଉନଥିବାରୁ ଲୋକେ ହନ୍ତସନ୍ତ ହେଉଛନ୍ତି ।

ଲୋକେ ନକଲି ଡାକ୍ତରଙ୍କ ପାଖକୁ ଯାଉଛନ୍ତି । ସଦ୍ୟଜନ୍ମିତ ଶିଶୁକୁ ଡାକ୍ତରଖାନା ନେବା ବାଟରେ ମୁତ୍ୟୁ ହେଉଛି ।

ଏସବୁ ସମସ୍ୟାକୁ ଦୃଷ୍ଟିରେ ରଖି ତଥା ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇବାକୁ କେନ୍ଦ୍ରାପଡା ଜିଲ୍ଲାରେ ମେଡିକାଲ କଲେଜ ସ୍ଥାପନ ପାଇଁ ସରକାର ଆଗେଇ ଆସିବା ଉଚିତ ବୋଲି ପିସିସି ସଭାପତି ଆହ୍ୱାନ ଦେଇଛନ୍ତି ।

ସେହିପରି ମହାନଦୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବେପରୱା ମନୋଭାବକୁ ନିରଞ୍ଜନ ସମାଲୋଚନା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନିଜ ଶାସନ କାଳରେ ରାଜ୍ୟ ଅର୍ଥନୀତିକୁ ଧ୍ୱଂସ କରି ଚାଲିଛନ୍ତି ବୋଲି ପିସିସି ସଭାପତି କହିଛନ୍ତି ।

ଆଦିବାସୀ, ଚାଷୀ, ଦରିଦ୍ର ନିଷ୍ପେଷିତଙ୍କ ସମସ୍ୟା ଦୂର କରିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି ।

ସେହିପରି ବିଜେପି ସାମ୍ପ୍ରଦାୟିକତାକୁ ପ୍ରୋତ୍ସାହନ ଦେଉଛି । ଜାତି, ଧର୍ମକୁ ନେଇ ଲୋକଙ୍କ ମନରେ ବିଷର ମଞ୍ଜି ବୁଣୁଥିବା ରାଜନୈତିକ ଦଳଗୁଡିକ ପ୍ରତି ସତର୍କ ରହିବାକୁ ନିରଞ୍ଜନ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ।

ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ବିପନ୍ନ ହୋଇପଡିଛି । ମହିଳା ଓ ଝିଅମାନେ ସୁରକ୍ଷିତ ନାହାନ୍ତି ।

ରାଜ୍ୟର କିଛି ବୁ୍ୟରୋକ୍ରାଟ ଦଳୀୟ ବ୍ୟାପାରରେ ମୁଣ୍ଡ ଖେଳାଉଛନ୍ତି । ଦୁର୍ନୀତିଗ୍ରସ୍ତ ଅଧିକାରୀମାନେ ଲକ୍ଷ୍ଣଣରେଖା ଅତିକ୍ରମ କରୁଛନ୍ତି ।

ସରକାର କିଛି ଅଧିକାରୀଙ୍କ ଇସାରାରେ ପରିଚାଳିତ ହେଉଛି ବୋଲି ଏହି ସମ୍ମିଳନୀରେ ଯୋଗ ଦେଇଥିବା ବରିଷ୍ଠ କଂଗ୍ରେସ ନେତା ଓ ବିଧାୟକ ସୁରେଶ ରାଉତରାୟ କହିଛନ୍ତି ।

ବରିଷ୍ଠ ନେତାମାନଙ୍କୁ ମୋଟର ସାଇକେଲ ର‌୍ୟାଲି କରି ସମ୍ମିଳନୀ ସ୍ଥଳକୁ ନିଆଯାଇଥିଲା ।

ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ପୂର୍ବତନ ରାଜନଗର ବିଧାୟକ ଅଂଶୁମାନ ମହାନ୍ତି, କେନ୍ଦ୍ରାପଡା ମ୍ୟୁନିସିପାଲଟିର ପୂର୍ବତନ ଅଧ୍ୟକ୍ଷ ଆକବର ଅଲ୍ଲୀ ପ୍ରମୁଖ ସମ୍ମିଳନୀରେ ଭାଷଣ ଦେଇଥିଲେ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କେନ୍ଦ୍ରାପଡା

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire