• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ରାଜ୍ୟସ୍ତରୀୟ ନାଟକ ଉତ୍ସବ ‘ରଙ୍ଗ ସଙ୍ଗମ’: ସମ୍ବର୍ଦ୍ଧିତ ହେବେ ୬ନାଟ୍ୟବିତ୍

ରାଜ୍ୟସ୍ତରୀୟ ନାଟକ ଉତ୍ସବ ‘ରଙ୍ଗ ସଙ୍ଗମ’: ସମ୍ବର୍ଦ୍ଧିତ ହେବେ ୬ନାଟ୍ୟବିତ୍

March 21, 2021 By LocalWire Leave a Comment

ଭୁବନେଶ୍ୱର, ମାର୍ଚ୍ଚ ୨୧(ଲୋକାଲ ୱାୟାର): ସବୁ ବର୍ଷ ପରି ଚଳିତ ବର୍ଷ ଭୁବନେଶ୍ୱର ଭଞ୍ଜକଳା ମଣ୍ଡପ ଠାରେ ଆରମ୍ଭ ହୋଇଛି ରାଜ୍ୟସ୍ତରୀୟ ନାଟକ ଉତ୍ସବ ‘ରଙ୍ଗ ସଙ୍ଗମ’ ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆୟୋଜିତ ଏହି ଉତ୍ସବକୁ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ ।

 

ଅନ୍ୟତମ ଅତିଥି ଭାବେ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ନାଟ୍ୟବିତ୍ ମିହିର ମେହେର ଉପସ୍ଥିତ ଥିଲେ ।

ଏହି ଅବସରରେ ଚଳିତ ବର୍ଷ ପାଇଁ ୬ଜଣ ନାଟ୍ୟବିତଙ୍କ ମଧ୍ୟରୁ ଅସୁସ୍ଥତା ଲାଗି ମନୋରଞ୍ଜନ ଦାସଙ୍କୁ ଛାଡ଼ି ବାକି ୫ଜଣ ଯଥା, ରାମଚନ୍ଦ୍ର ଭୋଳ, ଗୋପାଳ ଦେ, ସୂର୍ଯ୍ୟନାରାୟଣ ଶୁକ୍ଲା, ବିଜୟ କୁମାର ପାତ୍ର ଓ ଡ. ଶ୍ୟାମସୁନ୍ଦର ଧରଙ୍କୁ ଜୀବନବ୍ୟାପୀ ସାଧନା ଲାଗି ଏକାଡେମୀ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ସେମାନଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ଓ ସ୍ମୃତିଫଳକ ପ୍ରଦାନ କରାଯାଇଥିଲା । ଏହି ୫ଦିନିଆ ଉତ୍ସବକୁ ରାଜ୍ୟର ବଛା ବଛା ନାଟ୍ୟ ଦଳ ନାଟକ ନେଇ ଆସିଥିଲା ବେଳେ ପ୍ରଥମ ସନ୍ଧ୍ୟାରେ ସମ୍ବଲପୁରର କଖଗ ନାଟ୍ୟ ସଂସ୍ଥା ବ୍ରଜେନ୍ଦ୍ର ନାୟକଙ୍କ ରଚନା ଓ ନିଦେ୍ର୍ଦଶନାରେ ‘ପାଗଲ୍ ହେଇଯିବ’ ମଞ୍ଚସ୍ଥ ହୋଇଥିଲା ।

୭୫ମିନିଟ୍ ଅବଧିର ଏ ନାଟକରେ ସମାଜରେ ମଣିଷର ପ୍ରକୃତ ଚେହେରା କ’ଣ ତାହା ଦେଖାଯାଇଥିଲା ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire