• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ରାତିରେ ଜଙ୍ଗଲ ନିଆଁ ଲିଭାଇଲେ ବନ ଅଧିକାରୀ

ରାତିରେ ଜଙ୍ଗଲ ନିଆଁ ଲିଭାଇଲେ ବନ ଅଧିକାରୀ

March 15, 2021 By LocalWire Leave a Comment

ଭୁବନେଶ୍ୱର, ମାର୍ଚ୍ଚ ୧୫(ଲୋକାଲ ୱାୟାର): ରବିବାର ବିଳମ୍ବିତ ରାତିରେ ଏମିତି ଏକ ସାହାସିକତାର କାମ କରି ଦେଖାଇଛନ୍ତି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିକାରୀ ଆଇଏଫଏସ୍ ବିଶ୍ୱନାଥ ନିଳାମ୍ବର ।

ନୂଆଗାଁ ବନାଞ୍ଚଳ ଅଧୀନରେ ଥିବା ଦୁଇଟି ପାହାଡର ୮ଟି ଜାଗାରେ ନିଆଁ ଲାଗିଥିବା ବେଳେ ବନାଞ୍ଚଳ ଅଧିକାରୀ ସରୋଜ କୁମାର ମଙ୍ଗରାଜ ନିଆଁ ଲିଭାଇବାକୁ ଯାଇ ଆହତ ହୋଇଥିଲେ । ଏ ଖବର ପାଇବା ପରେ ନିଜେ ବନଖଣ୍ଡ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି

ବ୍ଲୋୟର ଧରି ନିଆଁକୁ ଆୟତ୍ତ କରିଥିଲେ । ରାତି ୧୦ଟା ୪୫ରୁ ରାତି ଗୋଟାଏ ପର୍ଯ୍ୟଡ଼୍ତ ଏହି ଅଭିଯାନ ଚାଲିଥିଲା । ଦୁଇଟି ଦଳରେ ପ୍ରାୟ ୧୦ ଜଣ କର୍ମକର୍ତ୍ତା ମିଶି ନିଆଁକୁ ଆୟତ୍ତ କରିଥିଲେ ।

ବନଖଣ୍ଡ ଅଧିକାରୀ ବିଶ୍ୱନାଥଙ୍କ ବ୍ଲୋୟର ଧରି ନିଜେ ନିଆଁ ଲିଭାଇବା ଖବର ଓ ଫଟୋ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ।

ଏ ବାବଦରେ ବନଖଣ୍ଡ ଅଧିକାରୀ ବିଶ୍ୱନାଥ ନିଳାମ୍ବର କହିଛନ୍ତି ଅଗ୍ନି ପ୍ରବଣ ମାସ ଆରମ୍ଭ ହେବା ଦିନରୁ ହିଁ ରାତ୍ରିକାଳୀନ ପାଟ୍ରୋଲିଂରେ ଆରମ୍ଭ ହୋଇଛି ।

ସାଟେଲାଇଟରେ ଖବର ଆସିବା ପରେ ପ୍ରତିଦିନ ବିଭିନ୍ନ ରେଞ୍ଜକୁ ଯିବା ଆରମ୍ଭ ହେଉଛି ।

ଏମିତିରେ ତ ସବୁ ରେଞ୍ଜ ଅଧିକାରୀ ଓ ଫରେଷ୍ଟରମାନେ କାମ କରୁଛନ୍ତି । କିନ୍ତୁ ମୁଁ ନିଜେ ଯିବା ଦିନରୁ ସେମାନଙ୍କ ଭିତରେ ଏକ ସାକାରାତ୍ମକ ଭାବନା ଜାଗ୍ରତ ହେବାର ମୁଁ ନିଜେ ଅନୁଭବ କରିଛି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, କନ୍ଧମାଳ

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire