• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ରିଜର୍ଭ ବ୍ୟାଙ୍କ ଡେପୁଟି ଗଭର୍ଣ୍ଣର ପଦରେ ଓଡ଼ିଶାର ମାଇକେଲ ଦେବବ୍ରତ ପାତ୍ର

ରିଜର୍ଭ ବ୍ୟାଙ୍କ ଡେପୁଟି ଗଭର୍ଣ୍ଣର ପଦରେ ଓଡ଼ିଶାର ମାଇକେଲ ଦେବବ୍ରତ ପାତ୍ର

January 14, 2020 By LocalWire Leave a Comment

ନୂଆଦିଲ୍ଲୀ, ଜାନୁଆରୀ ୧୪(ଲୋକାଲ ୱାୟାର): ଓଡ଼ିଶାର ମାଇକେଲ ଦେବବ୍ରତ ପାତ୍ରଙ୍କୁ ମଙ୍ଗଳବାର କେନ୍ଦ୍ର ସରକାର ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ପଦରେ ନିଯୁକ୍ତି ଦେଇଛନ୍ତି । ସେ ଏବେ ଆରବିଆଇ ମନିଟାରୀ ପଲିସି କମିଟିର ସଚିବ ଅଛନ୍ତି । ନୂତନ ପଦବିରେ ସେ ୩ ବର୍ଷ ପାଇଁ ରହିବେ ।

କଟକରେ ଜନ୍ମିତ ଶ୍ରୀ ପାତ୍ର ଆରବିଆଇର ଚତୁର୍ଥ ଡେପୁଟି ଗଭର୍ଣ୍ଣର ଭାବେ ଭିରାଲ ଆଚାର୍ଯ୍ୟଙ୍କ ସ୍ଥାନ ନେବେ । ପୂର୍ବରୁ ଉର୍ଜିତ ପଟେଲ ମଧ୍ୟ ଏହି ପଦରେ ଥିଲେ । ଶ୍ରୀ ପାତ୍ର ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକ ଓ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଥିଲେ ।

ଉଲ୍ଲେଖଯୋଗ୍ୟ, ଓଡ଼ିଶାର ବିଭୁ ପ୍ରସାଦ କାନୁନଗୋ ମଧ୍ୟ ୨୦୧୭ ଏପ୍ରିଲରୁ ଆରବିଆଇର ଡେପୁଟି ଗଭର୍ଣ୍ଣର ଭାବେ କାର୍ଯ୍ୟରତ ଅଛନ୍ତି । ସେ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଛାତ୍ର ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର ଡିଏମ ସ୍କୁଲର ପୂର୍ବତନ ଛାତ୍ର ତଥା ଅନ୍ୟ ଜଣେ ଓଡ଼ିଆ ଶକ୍ତିକାନ୍ତ ଦାସ ଏବେ ଆରବିଆଇ ଗଭର୍ଣ୍ଣର ଭାବେ କାର୍ଯ୍ୟରତ ଅଛନ୍ତି । ତାମିଲନାଡ଼ୁ କ୍ୟାଡରର ୧୯୮୦ ବ୍ୟାଚର ଏହି ଆଇଏଏସ୍ ଅଫିସର ୨୦୧୮ ଡିସେମ୍ବରରୁ ଏହି ପଦରେ ଅଛନ୍ତି ।

ଲୋକାଲ ୱାୟାର

Filed Under: Government, Odia Tagged With: Government, ନୂଆଦିଲ୍ଲୀ

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire