ଭୁବନେଶ୍ୱର, ଅଗଷ୍ଟ ୧୩ (ଲୋକାଲ ୱାୟାର) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସକ୍ରିୟ ହେବା ସହ ଗୁରୁବାର ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଏହି ଲଘୁଚାପ ଘନୀଭୂତ ହେବା ପରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଆଡକୁ ଅତିକ୍ରମ କରିବା ସମ୍ଭାବନା ରହିଛି ।
ଲଘୁଚାପ ପ୍ରଭାବରେ ଆଜି କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ ଓ ସମ୍ବଲପୁର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ ।
ବିଶେଷକରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ଲଘୁଚାପ ପ୍ରଭାବ ଯୋଗୁଁ ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଭଲ ବର୍ଷା ହେବା ସମ୍ଭାବନା ରହିଛି ।
ଲୋକାଲ ୱାୟାର
Leave a Reply