ଭୁବନେଶ୍ୱର, ଅକ୍ଟୋବର ୨ (ଲୋକାଲ ୱାୟାର) : ପଶ୍ଚିମ ମଧ୍ୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଲଘୁଚାପ ଘନୀଭୂତ ହୋଇଥିବାରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୭ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଶୁକ୍ରବାର ସୂଚନା ଦେଇଛି ।
ଆସନ୍ତା ୨୪ ଘଣ୍ଟା (୩ ତାରିଖ ଯାଏ) ମଧ୍ୟରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦୁଝର, ପୁରୀ, ଗଞ୍ଜାମ ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୪ ତାରିଖଠାରୁ ବର୍ଷାର ପରିମାଣ ବଢିବ । ଏନେଇ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୫ ତାରିଖ ପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ସମ୍ବଲପୁର, ଅନୁଗୁଳ, ମୟୂରଭଞ୍ଜ, କଟକ, ଢେଙ୍କାନାଳ ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏ ସମସ୍ତ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ।
୬ ତାରିଖରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୭ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ।
ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ସମସ୍ୟା ଦେଖା ଦେବା ସହ ଭୂ-ସ୍ଖଳନ ଆଦି ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବାରୁ ସଜାଗ ରହିବାକୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି ।
ଏଥିସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
ଲୋକାଲ ୱାୟାର
Leave a Reply