ଭୁବନେଶ୍ୱର, ଜାନୁଆରୀ ୨୬ (ଲୋକାଲ ୱାୟାର) : ଆଜି ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଶହେ ତଳକୁ ଖସିଛି ।
ଗତ ୨୪ ଘଣ୍ଟାରେ ରାଜ୍ୟର ୧୯ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍ରୁ ୯୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ମଙ୍ଗଳବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୪୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।
୯୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୬, ବାଲେଶ୍ୱରରୁ ୭, ବରଗଡ଼ରୁ ୩, ବଲାଙ୍ଗିରରୁ ୧, ବୌଦ୍ଧରୁ ୧, କଟକରୁ ୮, ଢେଙ୍କାନାଳରୁ ୧, ଗଞ୍ଜାମରୁ ୧, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୧, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧୪, କୋରାପୁଟରୁ ୧, ମୟୂରଭଞ୍ଜରୁ ୩, ନୂଆପଡ଼ାରୁ ୮, ପୁରୀରୁ ୪, ରାୟଗଡ଼ାରୁ ୩, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୨୦ ଏବଂ ଷ୍ଟେଟ୍ ଫୁଲ୍ରୁ ୩ ଜଣ ଅଛନ୍ତି ।
ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ସକାଳ ସୁଦ୍ଧା ରାଜ୍ୟରେ ୭୫,୮୮, ୬୦୩ କରୋନା ନମୁନା ପରୀକ୍ଷଣ ହୋଇଛି ।
୩,୩୪,୫୨୯ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩,୩୧, ୨୮୪ ଜଣ ସୁସ୍ଥ ହୋଇଛନ୍ତି ।
୧୨୮୬ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଏବଂ ୧୯୦୬ ଜଣଙ୍କର ମୃତ୍ୟୁ ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି।
ଲୋକାଲ ୱାୟାର
Leave a Reply