• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଶାସ୍ତ୍ରୀୟ ସଙ୍ଗୀତର ମୂର୍ଚ୍ଛନାରେ ରାଜାରାଣୀ ମନ୍ଦିର ପ୍ରାଙ୍ଗଣ ମୁଖରିତ

ଶାସ୍ତ୍ରୀୟ ସଙ୍ଗୀତର ମୂର୍ଚ୍ଛନାରେ ରାଜାରାଣୀ ମନ୍ଦିର ପ୍ରାଙ୍ଗଣ ମୁଖରିତ

January 18, 2020 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୧୮(ଲୋକାଲ ୱାୟାର): ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବ ଆଜିଠାରୁ ତିନିଦିନ ଧରି କଳିଙ୍ଗ କଳାସ୍ଥାପତ୍ୟର ଚମତ୍କାର କଳାକୃତି ଏକାଦଶ ଶତାବ୍ଦୀ ନିର୍ମିତ ପ୍ରସିଦ୍ଧ ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେଉଛି ।

ଶାସ୍ତ୍ରୀୟ ତଥା ପାରମ୍ପରିକ ସଙ୍ଗୀତକୁ ଗୋଟିଏ ମଞ୍ଚରେ ପ୍ରଦର୍ଶନ କରାଇ ଆଗାମୀ ପିଢ଼ିର କଳାକାରମାନଙ୍କୁ ଶାସ୍ତ୍ରୀୟ ସଙ୍ଗୀତ ପ୍ରତି ରୁଚି ବଢ଼ାଇବା ସହିତ ଏହି କଳାର ପ୍ରଚାର ପ୍ରସାର କରାଇବା ଏହି ଉତ୍ସବର ଲକ୍ଷ୍ୟ ।

ଏହାଦ୍ୱାରା ମନ୍ଦିରମାଳିନୀ ଭୁବନେଶ୍ୱରରେ ରାଜାରାଣୀ ମନ୍ଦିର ପରି ଏକ ରମଣୀୟ ତଥା କମନୀୟ ସ୍ଥାପତ୍ୟ କଳାପୂର୍ଣ୍ଣ ମନ୍ଦିରକୁ ରାଜ୍ୟବାହାରୁ ତଥା ବିଦେଶରୁ ସଙ୍ଗୀତ ପ୍ରେମୀ ବିଧଗ୍ଧ ଶ୍ରୋତା ଓ ପର୍ଯ୍ୟଟକମାନଙ୍କୁ ଆକର୍ଷିତ ହେବେ ।


ଶନିବାର ଉଦଘାଟନୀ ସନ୍ଧ୍ୟାର ପ୍ରଥମ ଶିଳ୍ପୀଥିଲେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କର୍ଣ୍ଣାଟକୀ ଶାସ୍ତ୍ରୀୟ ସଙ୍ଗୀତର ଗାୟିକା ଡ଼. ଏସ. ସୌମ୍ୟା । କର୍ଣ୍ଣାଟକୀ ସଙ୍ଗୀତର ବିଭିନ୍ନ ରାଗ ଓ ତାଳକୁ ନେଇ ସଙ୍ଗୀତ ପରିବେଷଣ ହୋଇଥିଲା ।

ସନ୍ଧ୍ୟାର ଦ୍ୱିତୀୟ କାର୍ଯ୍ୟକ୍ରମ ଥିଲା କୈଳାସ ପାତ୍ରଙ୍କ ଦ୍ୱାରା ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଉପରେ ବେହେଲା ବାଦନ । ବିଭିନ୍ନ ରାଗ ଓ ତାଳକୁ ନେଇ ତାଙ୍କର ବେହେଲା ବାଦନ ବେଶ ହୃଦୟସ୍ପର୍ଶୀ ଥିଲା ।

ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଓଡ଼ିଶା ପର୍ଯ‎୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷ ଶ୍ରୀମୟୀ ମିଶ୍ର, ଗୃହ ଓ ନଗର ଉନ୍ନୟନ ବିଭାଗର ଶାସନ ସଚିବ ଜି. ମାଥିଭାତନମ, ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଉତ୍ସବରେ ଅତିଥି ଭାବେ ଯୋଗ ଦେଇଥିଲେ ।

ଲୋକାଲ ୱାୟାର

Filed Under: Odia, କାର୍ଯ୍ୟକ୍ରମ Tagged With: ଓଡିଶା, କାର୍ଯ୍ୟକ୍ରମ, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire