• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ଶ୍ରୀମନ୍ଦିର ଟଙ୍କା ପ୍ରସଙ୍ଗରେ ଆଇନ ବିଭାଗକୁ କଂଗ୍ରେସର ସମାଲୋଚନା

ଶ୍ରୀମନ୍ଦିର ଟଙ୍କା ପ୍ରସଙ୍ଗରେ ଆଇନ ବିଭାଗକୁ କଂଗ୍ରେସର ସମାଲୋଚନା

March 12, 2020 By LocalWire Leave a Comment

ଭୁବନେଶ୍ୱର, ମାର୍ଚ୍ଚ ୧୨(ଲୋକାଲ ୱାୟାର): ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିର ଓ କେନ୍ଦ୍ର ସମବାୟ ବ୍ୟାଙ୍କର ଟଙ୍କା ଜମା ରଖାଯିବା ପ୍ରସଙ୍ଗରେ ରାଜ୍ୟ ଆଇନ ବିଭାଗକୁ ସମାଲୋଚନା କରିଛନ୍ତି ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ।

ଶ୍ରୀମନ୍ଦିର ପରିଚାଳନା, ଆର୍ଥିକ ବ୍ୟାପାର ରାଜ୍ୟ ସରକାରଙ୍କ ଆଇନ୍ ବିଭାଗ ଅଧୀନରେ ରହିଛି ।

ରାଜ୍ୟ ସରକାରଙ୍କ ଅନୁମୋଦନକ୍ରମେ ଶ୍ରୀମନ୍ଦିର ଟଙ୍କା ଘରୋଇ ବ୍ୟାଙ୍କରେ ରଖାଯାଇଛି ।

ଜାତୀୟକରଣ ବ୍ୟାଙ୍କ ପରିବର୍ତ୍ତେ ୨୦୦୪ ମସିହାରେ ଗଠନ କରାଯାଇଥିବା ୟେସ୍ ବ୍ୟାଙ୍କ ଭଳି ଘରୋଇ ବ୍ୟାଙ୍କରେ ଶ୍ରୀମନ୍ଦିର ପ୍ରଶାସନ ୫୪୫ କୋଟି ଟଙ୍କା ଜମା ରଖିବା ପଛରେ ରାଜ୍ୟ ସରକାରଙ୍କ ଘରୋଇ ବ୍ୟାଙ୍କ ପ୍ରୀତି ଜଣାପଡ଼ୁଛି ବୋଲି ପିସିସି ସଭାପତି କହିଛନ୍ତି ।

ୟେସ୍ ବ୍ୟାଙ୍କରେ ରାଜ୍ୟବାସୀଙ୍କର ପ୍ରାୟ ୩୨ଶହ କୋଟି ଟଙ୍କା ଜମା ଥିବା ବେଳେ ଏହାର ଭବିଷ୍ୟତ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

ଅପରପକ୍ଷରେ କେନ୍ଦ୍ର ସମବାୟ ବ୍ୟାଙ୍କର କେତେ ଟଙ୍କା ୟେସ୍ ବ୍ୟାଙ୍କରେ ରହିଛି ତାହା ଜାଣିବା କଷ୍ଟକର ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।

ୟେସ୍ ବ୍ୟାଙ୍କରେ ଶ୍ରୀମନ୍ଦିର ଟଙ୍କା ରଖାଯିବା ଘଟଣାର ସିବିଆଇ ତଦନ୍ତ ଏବଂ ଦାୟୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି ।

ଲୋକାଲ ୱାୟାର

Filed Under: Odia, Politics, ରାଜନୀତି Tagged With: Politics, ଓଡିଶା, ରାଜନୀତି

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire