• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଜୀବନ କୌଶଳ ତାଲିମ

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଜୀବନ କୌଶଳ ତାଲିମ

January 12, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୧୨(ଲୋକାଲ ୱାୟାର): ଏଣିକି ସରକାରୀ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ଜୀବନ କୌଶଳ ତାଲିମ ପ୍ରଦାନ କରାଯିବ ।

ପ୍ରାଥମିକ ପର୍ଯ୍ୟାୟରେ ୧୦ଟି ଜିଲ୍ଲାକୁ ଏଥିରେ ସାମିଲ କରାଯାଇଛି । ଏଥିପାଇଁ ବର୍ତ୍ତମାନ ସୁଦ୍ଧା ୮୫୦୦ ପ୍ରଧାନ ଶିକ୍ଷକଙ୍କୁ ତାଲିମ ଦିଆସରିଛି ।

ଖୁବ୍ ଶୀଘ୍ର ୮୪୫୬ ସ୍କୁଲର ୨ ଜଣ ଲେଖାଏଁ ଶିକ୍ଷକଙ୍କୁ ୫ ଦିନ ଲେଖାଏଁ ତାଲିମ ଦିଆଯିବ ।

ଏହାସହ ପ୍ରତି କ୍ଲଷ୍ଟରରେ ୨ ଜଣ ଲେଖାଏଁ ସିଆରସିସିଙ୍କୁ ତାଲିମ ଦିଆଯିବ ।

ଏକବିଂଶ ଶତାବ୍ଦୀ ସହ ତାଳ ମିଶାଇ କିପରି ପିଲାମାନେ ଚାଲି ପାରିବେ ସେଥିପାଇଁ ରାଜ୍ୟ ସରକାର ମାନସିକ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଆରମ୍ଭ କରୁଛନ୍ତି ।

ବଲାଙ୍ଗିର, ଢେଙ୍କାନାଳ, ଗଜପତି, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ରାୟଗଡ଼ା ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଚାଲିବ । ଏଥିପାଇଁ ୧୫୨୮ ଜଣ ଏସଆରସିସି ନିୟୋଜିତ ହେବେ ।

ସ୍କୁଲ ଓ ଗଣଶିକ୍ଷା ବିଭାଗ, ସ୍ୱାସ୍ଥ୍ୟ ବିଭାଗର ମିଳିତ ପ୍ରୟାସରେ ଆରମ୍ଭ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ୧୦ରୁ ୧୯ ବର୍ଷ ବୟସର ସବୁ ଛାତ୍ରଛାତ୍ରୀ ସାମିଲ ହେବେ ।

ପିଲାମାନଙ୍କ ମଧ୍ୟରେ ସକରାତ୍ମକ ବ୍ୟାବହାରିକ ପରିବର୍ତ୍ତନ ଆଣିବା ସହ ସେମାନଙ୍କୁ ଜୀବନ କୌଶଳ ଶିକ୍ଷା ଦେବା, ସେମାନଙ୍କ ଭିତରେ ସକାରାତ୍ମକ ଭାବନା ତିଆରି କରିବା, ସେମାନଙ୍କୁ ଦାୟିତ୍ୱ ସମ୍ପନ୍ନ କରାଇବା ଏହି କାର୍ଯ୍ୟକ୍ରମର ମୂଳ ଆଭିମୁଖ୍ୟ ।

ଏହି କାର୍ଯ୍ୟକ୍ରମ ଅଧୀନରେ ସବୁ ସ୍କୁଲରେ ଜଣେ ଶିକ୍ଷକ ଓ ଜଣେ ଶିକ୍ଷୟିତ୍ରୀଙ୍କୁ ‘ସ୍ୱାସ୍ଥ୍ୟ ଓ ସୁସ୍ଥତା ଆମ୍ବାସଡର’ ଭାବେ ଚୟନ କରାଯିବ ।

ଯେଉଁମାନେ କି ଛାତ୍ରଛାତ୍ରୀଙ୍କୁ କିଶୋର ସ୍ୱାସ୍ଥ୍ୟ ସମ୍ପର୍କିତ ବିଭିନ୍ନ ତଥ୍ୟ ପ୍ରଦାନ କରିବା ସହ ସେମାନଙ୍କୁ ରୋଗ ପ୍ରତିଷେଧକ ବିଷୟରେ ଜଣାଇବେ । ଏନେଇ ପ୍ରତି ସପ୍ତାହରେ କୌତୁହଳପୂର୍ଣ୍ଣ କାର୍ଯ୍ୟକ୍ରମ ଆୟୋଜିତ ହେବ ।

ପିଲାମାନେ ନିଜ ସ୍ୱାସ୍ଥ୍ୟ ବାବଦରେ ଅବଗତ ହେବେ । କାର୍ଯ୍ୟକ୍ରମ ମାଧ୍ୟମରେ ସେମାନେ ସ୍ୱାସ୍ଥ୍ୟକର ପିଇବା ପାଣି, ଋତୁସ୍ରାବ ସମୟରେ ନିଆଯାଉଥିବା ଯତ୍ନ, ଯୋଗ ଓ ଧ୍ୟାନର ଆବଶ୍ୟକତା ବାବଦରେ ସଚେତନ କରାଯିବ ।

ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପିଲାମାନଙ୍କୁ ୧୧ଟି ବିଷୟରେ ପାଠପଢ଼ା ଯିବ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire