• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ସୋଆ କୁଳପତିଙ୍କ ଦ୍ୱାରା ସମ୍ ହସ୍ପିଟାଲରେ ୧୪ ମାସ ଶିଶୁର ବିରଳ ମସ୍ତିଷ୍କ ଅସ୍ତ୍ରୋପଚାର

ସୋଆ କୁଳପତିଙ୍କ ଦ୍ୱାରା ସମ୍ ହସ୍ପିଟାଲରେ ୧୪ ମାସ ଶିଶୁର ବିରଳ ମସ୍ତିଷ୍କ ଅସ୍ତ୍ରୋପଚାର

January 28, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୨୮(ଲୋକାଲ ୱାୟାର): ଓଡ଼ିଶାରେ ପ୍ରଥମ ଥର ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ମେଡିସିନ୍ ଇନଷ୍ଟିଚୁ୍ୟଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲରେ ଏକ ୧୪ ମାସ ଶିଶୁର ଏକ ବିରଳ ମସ୍ତିଷ୍କ ଅସ୍ତ୍ରେପଚାର (ଆନଟେରିଅର୍ ଏନସେଫାଲୋସିଲସ୍) ସଫଳତାର ସହ ସଂପାଦନ କରାଯାଇଛି ।

ଜନ୍ମଗତ ତ୍ରୁଟି ଯୋଗୁଁ ଶିଶୁଟିର ମସ୍ତିଷ୍କର ଏକ ଅଂଶ ବାହାରକୁ ବାହାରି ଆସିଥିବା ବେଳେ ଏହା ଆଖି ଏବଂ ନାକକୁ ଆଚ୍ଛାଦିତ କରି ରଖିଥିଲା । ଖପୁରୀରେ ଏକ ଅଂଗର ହାଡ଼ ନ ଥିବାରୁ ଏପରି ହୋଇଥିଲା ।

ସୋଆ କୁଳପତି ତଥା ବିଶିଷ୍ଟ ନୁ୍ୟରୋସର୍ଜନ ପ୍ରଫେସର ଅଶୋକ କୁମାର ମହାପାତ୍ର ଏହି ଅସ୍ତ୍ରୋପଚାର କରିଥିଲେ ।

ଆନ୍ଟେରିଅର୍ ଏନ୍ସେଫାଲୋସିଲସ୍ ଏକ ସ୍ନାୟୁ ନଳୀ ଜନିତ ତ୍ରୁଟି ଯାହାକି ଗର୍ଭଧାରଣ କରିବାର କିଛି ଦିନ ମଧ୍ୟରେ ଘଟିଥାଏ ଏବଂ ଏହା ଦ୍ୱାରା ମସ୍ତିଷ୍କ କିମ୍ବା ମେରୁଦଣ୍ଡ ପ୍ରଭାବିତ ହୋଇଥାଏ ବୋଲି ପ୍ରଫେସର ମହାପାତ୍ର କହିଛନ୍ତି ।

ଭୁବନେଶ୍ୱର ପଟିଆ ଅଞ୍ଚଳର ୧୪ ମାସର ଶିଶୁ ସାଇ ସତ୍ୟଜିତ ବେହେରାର ଜନ୍ମରୁ ଏଭଳି ତ୍ରୁଟି ରହିଥିବା ବେଳେ ତା’ର ପିତାମାତା ଅନେକ ହସ୍ପିଟାଲ୍ ବୁଲିଥିଲେ ମଧ୍ୟ କୋ÷ଣସି ସୁଫଳ ମିଳି ନଥିଲା ।

ଶେଷରେ ସେମାନେ ଜାନୁଆରୀ ୮ ତାରିଖ ଦିନ ସମ୍ ହସ୍ପିଟାଲ୍କୁ ଆସି ପ୍ରଫେସର ମହାପାତ୍ରଙ୍କ ନିକଟରେ ଶିଶୁର ପରୀକ୍ଷା କରାଇଥିଲେ ।

ଜାନୁଆରୀ ୧୨ ତାରିଖ ଦିନ ସେ ହସ୍ପିଟାଲରେ ଦାଖଲ ହୋଇଥିବା ବେଳେ ୧୪ ତାରିଖ ଦିନ ପ୍ରଫେସର ମହାପାତ୍ର ତା’ର ଅପରେସନ୍ କରିଥିଲେ ।

ଗୁରୁବାର ଦିନ ଶିଶୁ ସାଇ ସତ୍ୟଜିତ ହସ୍ପିଟାଲ୍ରୁ ଡିସ୍ଚାର୍ଜ ହୋଇଥିବା ବେଳେ ସର୍ଜରୀ ପରେ ତା’ର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ପ୍ରଫେସର ମହାପାତ୍ର କହିଛନ୍ତି ।

ନୂଆଦିଲ୍ଲୀ ଏମ୍ସର ନୁ୍ୟରୋ ସର୍ଜରୀ ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର ମହାପାତ୍ର କହିଛନ୍ତି ଯେ ୧୯୭୧ ମସିହା ଠାରୁ ଆଜି ପର୍ଯ୍ୟନ୍ତ ଏମ୍ସରେ ଏଭଳି ପ୍ରାୟ ୧୫୦ଟି ସର୍ଜରୀ ହୋଇଥିବା ବେଳେ ପ୍ରଥମ ଥର ପାଇଁ ସେ ଓଡ଼ିଶାରେ ଏହି ବିରଳ ଅସ୍ତ୍ରୋପଚାର କରିଛନ୍ତି ।

ଏହି ବଂଶାନୁକ୍ରମିକ ତ୍ରୁଟିଜନିତ ବ୍ୟାଧି ପ୍ରତ୍ୟେକ ୩ ଲକ୍ଷ ଜନ୍ମିତ ଶିଶୁଙ୍କ ମଧ୍ୟରୁ ଜଣଙ୍କ ନିକଟରେ ଦେଖାଦେଉଥିବା ବେଳେ ଇଣ୍ଡୋନେସିଆ, ମାଲେସିଆ, ଥାଇଲ୍ୟାଣ୍ଡ ଏବଂ କାମ୍ବୋଡିଆ ଭଳି ଦକ୍ଷିଣ-ପୂର୍ବ ଏସିଆନ୍ ଦେଶ ଗୁଡ଼ିକରେ ଅଧିକ ମାତ୍ରାରେ ଦେଖାଯାଉଛି ।

ଯଦିଓ ଭାରତରେ ଏହା ଖୁବ୍ ବିରଳ ତେବେ ଉତରପୂର୍ବାଞ୍ଚଳ ରାଜ୍ୟ ଗୁଡ଼ିକରେ କେତେକ ଶିଶୁଙ୍କ କ୍ଷେତ୍ରରେ ଏହି ତ୍ରୁଟି ଦେଖାଯାଉଥିବା ସେ କହିଛନ୍ତି ।

ପୂର୍ବରୁ ଏହି ସର୍ଜରୀ ବ୍ରେନ୍ ରିପେୟାର୍, ଅର୍ବିଟାଲ୍ ରି-କନ୍୍ରକ୍ସନ୍ ଏବଂ ରାଇନୋପ୍ଲାଷ୍ଟି ଭଳି ତିନୋଟି ସ୍ତର ଦେଇ କରାଯାଉଥିବା ବେଳେ ୧୨ ରୁ ୧୪ ଘଣ୍ଟା ସମୟ ଲାଗୁଥିଲା । ତେବେ ବର୍ତ୍ତମାନ ଶୈଲ୍ୟ ବିଜ୍ଞାନ କ୍ଷେତ୍ରରେ ଅନେକ ଉନ୍ନତି ଘଟିଥିବାରୁ ଏହା ୩ ରୁ ୪ ଘଣ୍ଟା ମଧ୍ୟରେ ହୋଇପାରୁଛି ବୋଲି ପ୍ରଫେସର ମହାପାତ୍ର କହିଛନ୍ତି ।

ସର୍ଜରୀ ପରେ ଶିଶୁଟି ସୁସ୍ଥ ଥିବା ବେଳେ ପ୍ରଫେସର ମହାପାତ୍ରଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି ସାଇ ସତ୍ୟଜିତର ପିତାମାତା ।

ପୁଅ ଭଲ ହେବ ବୋଲି ଆଶା ନଥିଲା । ତାକୁ ନୂଆ ଜୀବନ ପ୍ରଫେସର ମହାପାତ୍ର ଦେଇଛନ୍ତି ବୋଲି କହିଛନ୍ତି ସାଇର ବାପା ପ୍ରକାଶ ବେହେରା ।

କେନ୍ଦ୍ରାପଡା ପାଟକୁରା ଅଂଚଳର ପ୍ରକାଶ ବେହେରା ଭୁବନେଶ୍ୱର ପଟିଆ ଅଂଚଳରେ ରହୁଥିବା ବେଳେ ଖୁବ୍ କଷ୍ଟ କରି ନିଜ ପରିବାରର ଗୁଜୁରାଣ ମେଂଟାଇଥାନ୍ତି । ଏଥିସହିତ ଛୋଟ ପୁଅର ଏଭଳି ଅବସ୍ଥା ତାଙ୍କୁ ଅଧିକ ବ୍ୟଥିତ କରିିଥିଲା ।

ତେଣୁ ପୁଅର ଚିକିତ୍ସା ପାଇଁ ସମାଜସେବା କ୍ଷେତ୍ରରେ ନିଜକୁ ନିବିଡ ଭାବେ ନିୟୋଜିତ କରିଥିବା ବିଶିଷ୍ଟ ଓଡ଼ିଆ ସିନେ ତାରକା ସବ୍ୟସାଚୀ ମିଶ୍ରଙ୍କ ସାହାଯ୍ୟ ଲୋଡିଥିଲେ ପ୍ରକାଶ ।

ସବ୍ୟସାଚୀ ମଧ୍ୟ ତାଙ୍କୁ ତୁରନ୍ତ ସହାୟତାର ହାତ ବଢ଼ାଇ ଶିଶୁର ଅପେରସନ୍ ଓ ଚିକିତ୍ସାର ସମସ୍ତ ଖର୍ଚ୍ଚ ବହନ କରିଥିଲେ ବୋଲି ପ୍ରକାଶ କହିଛନ୍ତି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire