• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

ସ୍ୱାଧୀନତା ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ

August 13, 2020 By LocalWire Leave a Comment

ଭୁବନେଶ୍ୱର, ଅଗଷ୍ଟ ୧୨(ଲୋକାଲ ୱାୟାର): ଏଥର ଉଭୟ ରାଜ୍ୟସ୍ତରୀୟ ଏବଂ ଜିଲ୍ଲା ସ୍ତରରେ ନିରାଡ଼ମ୍ବରରେ ସ୍ୱାଧୀନତା ଦିବସ ପାଳନ ହେଉଥିବା ବେଳେ ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନ ପଡ଼ିଆରେ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ ।

ଅପରପକ୍ଷରେ ୧୮ଟି ଜିଲ୍ଲାରେ ମନ୍ତ୍ରୀମାନେ ପତାକା ଉତ୍ତୋଳନ କରିବେ । ପୁରୀରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କଟକରେ, ବାଲେଶ୍ୱରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହ, ସୁନ୍ଦରଗଡ଼ରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ଗଜପତିରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଖୋର୍ଦ୍ଧାରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଅନୁଗୁଳରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଯାଜପୁରରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, ମୟୂରଭଞ୍ଜରେ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କନ୍ଧମାଳରେ, ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗଞ୍ଜାମରେ, ମାଲକାନଗିରିରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, କେନ୍ଦୁଝରରେ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ, ନୟାଗଡ଼ରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି, ରାୟଗଡ଼ାରେ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ନବରଙ୍ଗପୁରରେ ସୂଚନା ଏବଂ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, କଳାହାଣ୍ଡିରେ ହସ୍ତତନ୍ତ ଓ ବୟନ ମନ୍ତ୍ରୀ ପଦ୍ମିନୀ ଦିଆନ ଓ କୋରାପୁଟରେ କ୍ରୀଡ଼ା ମନ୍ତ୍ରୀ ତୁଷାରିକାନ୍ତି ବେହେରା ଜାତୀୟ ପତାକା ଉତ୍ତୋଳନ କରିବେ ।

ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆରଡିସି, ରାଉରକେଲାରେ ଉତ୍ତରାଞ୍ଚଳ ଆରଡିସି ଏବଂ ଭଦ୍ରକ, ବରଗଡ଼, ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନୂଆପଡ଼ା, ସୁବର୍ଣ୍ଣପୁର, ଢେଙ୍କାନାଳ, ଜଗତସିଂହପୁର, ସମ୍ବଲପୁର ଓ ବଲାଙ୍ଗିରରେ ଜିଲ୍ଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବେ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା

Download LocalWire App for Hyperlocal  Odisha News any time anywhere

 

 

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire