ଭୁବନେଶ୍ବର, ଜାନୁଆରୀ ୯ (ଲୋକାଲ ୱାୟାର): ଗୁରୁବାର ଓ ଶୁକ୍ରବାର ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ଢେଙ୍କାନାଳ, ଅନୁଗୁଳ, ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପ ଓ ମଧ୍ୟମ ଧରଣର ବର୍ଷା ହୋଇପାରେ।
ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଶୁକ୍ରବାର ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ଶନିବାର ମଧ୍ୟରେ ୧୧ଟି ଜିଲ୍ଲାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଥିବାବେଳେ ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି।
ଅମଳ ଧାନ ବାହାରେ ନରଖି ଘରକୁ ନେଇ ଆସିବାକୁ ଚାଷୀମାନଙ୍କୁ ପରାମର୍ଶ ଦିଆଯାଇଛି।
ଲୋକାଲ ୱାୟାର
Leave a Reply