ଭୁବନେଶ୍ୱର, ସେପ୍ଟେମ୍ବର ୧୭ (ଲୋକାଲ ୱାୟାର) : ଉତ୍ତର-ପୂର୍ବ ବଙ୍ଗୋପସାଗର ତଥା ତା’ର ଆଖପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଗୁରୁବାର ସୂଚନା ଦେଇଛି ।

ପ୍ରଭାବରେ ୨୦ରୁ ୨୨ ତାରିଖରେ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ଥିବା ବେଳେ ଆଜି ଓ ଆସନ୍ତାକାଲି ରାଜ୍ୟରେ ବିଶେଷ ବର୍ଷା ନାହିଁ ।

୧୯ ଓ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାରେ ପ୍ରବଳ ବର୍ଷା ସମ୍ଭାବନ ଅଛି । ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

କିଛି କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।

ସେହିଭଳି ୨୦ରୁ ୨୧ ତାରିଖ ମଧ୍ୟରେ ମାଲକାନଗିରି କୋରାପୁଟ, ନବରଙ୍ଗପୁର, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

୨୧ରୁ ୨୨ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ଏନେଇ ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ବୌଦ୍ଧ, ଯାଜପୁର, ଭଦ୍ରକ ଓ କଳାହାଣ୍ଡି ଜିଲ୍ଳାଙ୍କ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ମାଲକାନଗିରି, କୋରାପୁଟ, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ୨୦ ତାରିଖ ଧୀବରମାନଙ୍କ ପାଇଁ ସର୍ତକ ସୂଚନା ଜାରି କରାଯାଇଛି । ଗଭୀର ସମୁଦ୍ରରୁ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।

ଲୋକାଲ ୱାୟାର