ଭୁବନେଶ୍ୱର, ଡିସେମ୍ବର ୧ (ଲୋକାଲ ୱାୟାର) : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ହ୍ରାସ ପାଉଥିବା ବେଳେ ଗତ ୨୪ ଘଣ୍ଟାରେ ଆଉ ୫ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ମଙ୍ଗଳବାର ସ୍ୱାସ୍ଥ୍ୟ ବିଭାଗ କହିଛି ।
କରୋନାରେ ଜୀବନ ହରାଇଥିବା ୫ ଜଣଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ୨ ଜଣ ପୁରୁଷ(୩୬ ଓ ୭୮ ବର୍ଷ) ଓ ଜଣେ ମହିଳା (୬୫) ଥିବାବେଳେ ଜଗତସିଂହପୁରରୁ ଜଣେ ବ୍ୟକ୍ତି (୩୯) ଓ ଖୋର୍ଦ୍ଧାରୁ ପୁରୁଷ (୬୮) ଅଛନ୍ତି ।
ଏମାନେ ସମସ୍ତେ କରୋନା ପଜିଟିଭ ଚିହ୍ନଟ ହେଲା ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସାଧିନ ଅବସ୍ଥାରେ ସମସ୍ତଙ୍କର ମୃତ୍ୟୁ ହୋଇଛି ।
ଏବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୪୪କୁ ବୃଦ୍ଧି ହୋଇଛି ।
ଆଉ ୫୩ ଜଣ କରୋନା ପଜିଟିଭଙ୍କର ମୃତ୍ୟୁ ଘଟିଥିଲେ ବି କରୋନା ଯୋଗୁ ସେମାନଙ୍କ ମୃତ୍ୟୁ ହୋଇନଥିବା ସରକାର କହିଛନ୍ତି ।
ଏ ସମସ୍ତଙ୍କୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ ୧,୭୯୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ରାଜ୍ୟରେ ଏବେ ସୁଦ୍ଧା ୩, ୧୯, ୧୦୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩, ୧୨, ୦୬୫ ଜଣ ସୁସ୍ଥ ହୋଇଛନ୍ତି ।
୫,୨୪୧ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଲୋକାଲ ୱାୟାର
Leave a Reply