• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
୩୦୦୪ କୋଟି ବ୍ୟୟରେ ବିଶ୍ୱସ୍ତରୀୟ ବନ୍ଦର ହେବ ପାରାଦୀପ: ଧର୍ମେନ୍ଦ୍ର

୩୦୦୪ କୋଟି ବ୍ୟୟରେ ବିଶ୍ୱସ୍ତରୀୟ ବନ୍ଦର ହେବ ପାରାଦୀପ: ଧର୍ମେନ୍ଦ୍ର

December 30, 2020 By LocalWire Leave a Comment

ଭୁବନେଶ୍ୱର, ଡିସେମ୍ବର ୩୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବୁଧବାର ବସିଥିବା କେନ୍ଦ୍ର କ୍ୟାବିନେଟ୍ ବୈଠକରେ ପାରାଦୀପରେ ୱେଷ୍ଟନ୍ ଡକ୍ ନିର୍ମାଣର ବିକାଶ ସମେତ “ପାରାଦୀପ ବନ୍ଦରର ଆଭ୍ୟନ୍ତରୀଣ ବନ୍ଦର ସୁବିଧା ବଢ଼ାଇବା” ସମ୍ପର୍କିତ ୩ ହଜାର ୪ କୋଟି ୬୩ ହଜାର ଟଙ୍କାର ପ୍ରକଳ୍ପକୁ ମଞ୍ଜୁରି ଦିଆଯାଇଛି ।

ଏହି ନିଷ୍ପତ୍ତିକୁ ସ୍ୱାଗତ କରିବା ସହ ସରକାରୀ ଓ ବେସରକାରୀ ସହଯୋଗ ତଥା ପିିିପିପି ମୋଡ଼ରେ ଏହା ନିର୍ମାଣ କରାଯିବ ବୋଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।

ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବୋଦୟ ମିଶନରେ ଭାରତ ସରକାର ପୂର୍ବ ଭାରତର ବିକାଶକୁ ସର୍ବାଧିକ ପ୍ରାଥମିକତା ଦେଉଛନ୍ତି ।

ଏହି ପ୍ରକଳ୍ପ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ଏବଂ ଆତ୍ମନିର୍ଭର ଭାରତ ଦୃଷ୍ଟିକୋଣରେ ମହତ୍ୱୂର୍ଣ୍ଣ ଭୂମିକା ନେବ ।

ପ୍ରସ୍ତାବିତ ପ୍ରକଳ୍ପର ନିର୍ମାଣ ପର୍ଯ୍ୟାୟରେ ପ୍ରାୟ ୮୦୦ ଲୋକ ଏବଂ ପରିଚାଳନା ପର୍ଯ୍ୟାୟରେ ୨୦୦ ଲୋକ ପ୍ରତ୍ୟକ୍ଷ ନିଯୁକ୍ତି ପାଇବେ ବୋଲି ଆକଳନ କରାଯାଇଛି ।

ଆସନ୍ତା ୫ ବର୍ଷ ମଧ୍ୟରେ ବନ୍ଦର ମାଧ୍ୟମରେ ଆଶା କରାଯାଉଥିବା କାରବାର ବାର୍ଷିକ ୧୭୦ ମିଲିୟନ ଟନ୍ ଅତିକ୍ରମ କରିବ ।

ଏହି ପ୍ରକଳ୍ପ ମାଧ୍ୟମରେ ବନ୍ଦରର ପାରିପାର୍ଶ୍ୱିକ କ୍ଷେତ୍ରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ବାର୍ଷିକ ୨୫ ମିଲିୟନ ଟନ୍ କ୍ଷମତା ସୃଷ୍ଟି କରିବାକୁ ଯୋଜନା କରାଯାଇଛି ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ପାରାଦୀପ ଭଳି ମୁଖ୍ୟ ବନ୍ଦର ଗୁଡ଼ିକରେ ବଡ଼ ବଡ଼ ଜାହାଜ ଗୁଡିକର ପରିଚାଳନା କରିବା ପାଇଁ ଆବଶ୍ୟକ ବ୍ୟବସ୍ଥା ନାହିଁ ।

କମ୍ ସମୟ ମଧ୍ୟରେ ଅଧିକ ମାଲ ପରିବହନ ପାଇଁ ବଡ଼ ବଡ଼ ଜାହାଜ ନିର୍ମାଣ ହେଉଥିବା ବେଳେ ଏହି ଜାହାଜ ଗୁଡ଼ିକ ପାରାଦୀପ ବନ୍ଦରରେ ଥିବା ଡ଼କ ଭିତରକୁ ଆସିାରୁନାହିଁ ।

ଫଳରେ ବର୍ତମାନ ବଡ ଜାହାଜ ଗୁଡିକ କଲମ୍ବୋ ଏବଂ ସିଙ୍ଗାପୁର ଅଭିମୁଖେ ଯାଉଛନ୍ତି । ବଡ଼ ଜାହାଜ ଆଣିବା ପାଇଁ ଭାରତକୁ ବଡ଼ ବନ୍ଦର ଏବଂ ଡ଼କ୍ ଦରକାର ।

ତେଣୁ ଏହି ବଡ଼ ବଡ଼ ଜାହାଜ ଗୁଡିକ ପରିଚାଳନା କରିବା ପାଇଁ ଆବଶ୍ୟକ ରହିଛି ଆନୁଷଙ୍ଗିକ ବ୍ୟବସ୍ଥା ।

ତେବେ ପ୍ରସ୍ତାବିତ ୱେଷ୍ଟନ୍ ଡକ୍ ନିର୍ମାଣ କରାଯିବାର ନିଷ୍ପତି ଫଳରେ ଆଗାମୀ ଦିନରେ ପାରାଦୀପ ବନ୍ଦରକୁ ସେସବୁ ଜାହାଜ ସହଜରେ ଆସିାରିବ ।

ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେଲେ ବଡ଼ ବଡ଼ ଜାହାଜରୁ କୋଇଲା ସହଜରେ ଅନଲୋଡ୍ ହୋଇପାରିବ, ସମୁଦ୍ରରେ ମାଲ ପରିବହନ ମୂଲ୍ୟ ହ୍ରାସ ହେବା ଏବଂ ବନ୍ଦରରେ ଶିଳ୍ପ ଅର୍ଥନୀତିକୁ ବୃଦ୍ଧି କରିବା ସହ ଅଧିକ ରୋଜଗାର ସୃଷ୍ଟି ହେବ ।

ମୋଦି ସରକାର ପୂର୍ବରୁ ପାରାଦୀପ ବନ୍ଦରରେ ବାଣିଜ୍ୟିକ କାରବାର ୬୦ ମିଲିୟନ ମେଟ୍ରିକ୍ ଟନ(ଏମଏମଟି) ଥିବା ବେଳେ ଏବେ ତାହା ବଢ଼ି ୧୧୨ ମିଲିୟନ ମେଟ୍ରିକ ଟନରେ ପହଞ୍ଚିଥିବା ଶ୍ରୀ ପ୍ରଧାନ କହିଛନ୍ତି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ଜଗତସିଂହପୁର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire