• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics
୭୦ ଲକ୍ଷ ଖର୍ଚ୍ଚରେ ବିନ୍ଦୁ ସାଗର ହେବ ସ୍ୱଚ୍ଛ, ୯ରେ ପ୍ରକଳ୍ପର ଶୁଭାରମ୍ଭ

୭୦ ଲକ୍ଷ ଖର୍ଚ୍ଚରେ ବିନ୍ଦୁ ସାଗର ହେବ ସ୍ୱଚ୍ଛ, ୯ରେ ପ୍ରକଳ୍ପର ଶୁଭାରମ୍ଭ

January 7, 2021 By LocalWire Leave a Comment

ଭୁବନେଶ୍ୱର, ଜାନୁଆରୀ ୭(ଲୋକାଲ ୱାୟାର): ଆସନ୍ତା ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ଓ ଇସ୍ପାତ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରର ଏକାମ୍ର କ୍ଷେତ୍ରରେ ସ୍ୱଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲର ସିଏସଆର ପାଣ୍ଠିରୁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିନ୍ଦୁ ସାଗରର ସଫେଇ କାର୍ଯ୍ୟ କରାଯିବ ବୋଲି କହିଛନ୍ତି ଇନଷ୍ଟିଚୁ୍ୟଟ୍ ଅଫ୍ କେମିକାଲ ଟେକ୍ନୋଲୋଜି (ଆଇସିଟି)ର ନିଦେ୍ର୍ଦଶକ ପ୍ରଫେସର ଭାସ୍କର ଏନ୍ ଥୋରାଟ୍ ।

ଶ୍ରୀ ଥୋରାଟ୍ କହିଛନ୍ତି, ଇନଷ୍ଟିଚୁ୍ୟଟ୍ ଅଫ୍ କେମିକାଲ ଟେକ୍ନୋଲୋଜି (ଆଇସିଟି)-ଇଣ୍ଡିଆନ ଅଏଲ(ଆଇଓସି) କ୍ୟାମ୍ପସ ଭୁବନେଶ୍ୱର ଏବଂ ଓଡିଶା ବ୍ରିଜ୍ କନଷ୍ଟ୍ରକସନ କର୍ପୋରେସନ(ଓବିସିସି)ର ମିଳିତ ଉଦ୍ୟମରେ ବହୁ ପ୍ରତିକ୍ଷୀତ ବିନ୍ଦୁ ସାଗର ପୁନଃଉଦ୍ଧାର କାମ କରାଯିବ ।

ଏହି ଅନୁଷ୍ଠାନର ତତ୍ତ୍ୱାବଧାନରେ ଏହାର ବିଶେଷ ଜ୍ଞାନକୌଶଳରେ ବିନ୍ଦୁ ସାଗରରେ ବିଶେଷ ଯନ୍ତ୍ରପାତି ଲାଗିବ ।

ଏଚଡ଼ିସି ରିଆକଟର ସହ ୪ଟି ପମ୍ପିଂ ସିଷ୍ଟମ ବିନ୍ଦୁସାଗରରେ ଚତୁର୍ଦିଗରେ ଅବସ୍ଥାପିତ ହେବା ସହ ଖୁବ ଶୀଘ୍ର ବିନ୍ଦୁ ସାଗର ପବିତ୍ର ଜଳ ସ୍ୱଚ୍ଛ ଓ ନିର୍ମଳ ହୋଇଯିବ ।

ବର୍ତ୍ତମାନର ବିନ୍ଦୁ ସାଗର ନୀଳ ରଙ୍ଗ ହୋଇ ଯାଇଥିବା ଜଳ ପରିଷ୍କାର ହେବ । ଏହା ଦ୍ୱାରା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଷ୍କରିଣୀର ପବିତ୍ରତାର ପ୍ରତୀକ ହେବ ।

ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହିମା ଓ ଗୌରବର ଗାଥାକୁ ସାରା ବିଶ୍ୱରେ ପହଁଚାଇବା ପାଇଁ ଭାରତ ସରକାରଙ୍କ ତୈଳ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଇଣ୍ଡିଆନ ଅଏଲ ସହଯୋଗରେ ଏପରି ଏକ ସବିନୟ ଉଦ୍ୟମ କରାଯାଇଛି ।

ଉଲ୍ଲେଖନୀୟ ଯେ, ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ରାଜ୍ୟସଭା ସାଂସଦ ପଦ୍ମଶ୍ରୀ ରଘୁନାଥ ମହାପାତ୍ର, ଓଡିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା, ରାଜ୍ୟ ଖଣି ଓ କୋଇଲା ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ, ଇଣ୍ଡିଆନ ଅଏଲର ଚେୟାରମ୍ୟାନ ଏସ.ଏମ ବୈଦ୍ୟ, ଆଇସିଟି ମୁମ୍ବାଇ ଶିକ୍ଷାନୁଷ୍ଠାନର କୁଳପତି ଅନିରୁଦ୍ଧ ବାଲଚନ୍ଦ୍ର ପଣ୍ଡିତ ପ୍ରମୁଖ ଉପସ୍ଥିତ ରହିବେ ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ଭୁବନେଶ୍ୱର

Download LocalWire App for Hyperlocal  Odisha News any time anywhere

 

 

About LocalWire

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire