• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics

Agriculture

ଓୟୁଏଟି କୁଳପତି ସୁରେନ୍ଦ୍ରନାଥ ପଶୁପାଳକଙ୍କ ଇସ୍ତଫା

March 19, 2019 By LocalWire Leave a Comment

ଭୁବନେଶ୍ୱର, ମାର୍ଚ୍ଚ ୧୯(ଲୋକାଲ ୱାୟାର): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁଳପତି ସୁରେନ୍ଦ୍ରନାଥ ପଶୁପାଳକ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଥିବା ଜଣାଇଛନ୍ତି ।

ସେ ଡାକ ଯୋଗେ ଇସ୍ତଫା ପତ୍ର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଣୀ ଲାଲଙ୍କ ନିକଟକୁ ପଠାଇ ଦେଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଶ୍ରୀ ପଶୁପାଳକଙ୍କ ବିରୋଧରେ ତଦନ୍ତ ଚାଲିଥିବାରୁ ଏଥିରେ ସ୍ୱଚ୍ଛତା ପାଇଁ ତାଙ୍କୁ ତିନି ସପ୍ତାହ ତଳେ ଛୁଟିରେ ଯିବାକୁ ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା ।

ନିଜ ସରକାରୀ ପଦବିର ଅପବ୍ୟବହାର, ବ୍ୟକ୍ତିଗତ ଫାଇଦା ପାଇଁ ନଥିପତ୍ରରେ ହେରଫେର ଏବଂ କୃଷି ବିଜ୍ଞାନ କେନ୍ଦ୍ରରେ ନିଯୁକ୍ତି କ୍ଷେତ୍ରରେ ବିଜ୍ଞାପନରେ ଅନିୟମିତତା ଇତ୍ୟାଦି ଅଭିଯୋଗ ତାଙ୍କ ବିରୋଧରେ ଥିଲା ।

ଗତ ବର୍ଷ ଡିସେମ୍ବରରେ ରାଜ୍ୟ ସରକାର ଏସବୁ ଅଭିଯୋଗର ଭିଜିଲାନ୍ସ ତଦନ୍ତ କରି ୬ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ ।

୨୦୧୬ ମାର୍ଚ୍ଚ ୨୮ ତାରିଖରେ ଶ୍ରୀ ପଶୁପାଳକ ଓୟୁଏଟିର କୁଳପତି ଦାୟିତ୍ୱ ଗ୍ରହଣ କରିଥିଲେ । ଆଉ ଦୁଇ ବର୍ଷ ପରେ ସେ ଅବସର ଗ୍ରହଣ କରିବାର ଥିଲା ।

ତେବେ ତାଙ୍କ ବିରୋଧରେ ଆଗତ ହୋଇଥିବା ଅଭିଯୋଗ ଗୁଡ଼ିକ ଅମୂଳକ ବୋଲି ଶ୍ରୀ ପଶୁ୍ପାଳକ ଏକାଧିକବାର ପ୍ରକାଶ କରିଛନ୍ତି । ଅଯଥା ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ତାଙ୍କ କାର୍ଯ୍ୟରେ ହସ୍ତକ୍ଷେପ କରି ତାଙ୍କୁ ନିନ୍ଦିତ କରାଯାଇଥିବା ସେ ଅଭିଯୋଗ କରିଥିଲେ ।

ଲୋକାଲ ୱାୟାର

Filed Under: Agriculture, Odia Tagged With: କୃଷି, ଭୁବନେଶ୍ୱର

  • « Go to Previous Page
  • Go to page 1
  • Interim pages omitted …
  • Go to page 12
  • Go to page 13
  • Go to page 14

Primary Sidebar

ଲୋକାଲ ୱାୟାର ନୂଆ ଡିଜାଇନ

ଲୋକପ୍ରିୟ

କୋଭିଡ-୧୯ ମହାମାରୀ ବିରୋଧରେ ଓଡିଶାର ଲଢେଇ: ଏକ ବିହଙ୍ଗାବଲୋକନ

କୋଭିଡ-୧୯ ନିୟନ୍ତ୍ରଣ ଓ ମୁକାବିଲାରେ ଦେଶର ଶୀର୍ଷ ଦୁଇଟି ରାଜ୍ୟ ମଧ୍ୟରେ ଥିବାରୁ କେନ୍ଦ୍ର ସରକାର ଓଡ଼ିଶାକୁ ପ୍ରଶଂସା କରିଛନ୍ତି ।

କୋଭିଡ-୧୯ ସଙ୍କଟକୁ ସଫଳ ଭାବେ ମୁକାବିଲା କରିଥିବା କେରଳ ଓ ଓଡ଼ିଶାକୁ ବିଶ୍ୱ ଅର୍ଥନୈତିକ ଫୋରମ ପ୍ରଶଂସା କରିଛି ।

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ଅଧିକ ବିଶେଷ ଖବର

Copyright © 2021 · LocalWire