ଭୁବନେଶ୍ୱର, ଜାନୁଆରୀ ୧୮ (ଲୋକାଲ ୱାୟାର) : ଆଭ୍ୟନ୍ତରୀଣ ଓଡିଶା ଏବଂ ଆଖପାଖ ଅଞ୍ଚଳରେ ସ୍ଥଳଭାଗରେ ସମୁଦ୍ର ପତନ ଠାରୁ ୦.୯ କିଲୋମିଟର ଉଚ୍ଚରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ୍ ପ୍ରବାହ ଏବେ ଦୁର୍ବଳ ହୋଇ ପଡ଼ିଥିବାରୁ ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ରାତିର ସର୍ବନିମ୍ନ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ସହ ପ୍ରତ୍ୟୁଷରୁ ଘନରୁ ହାଲୁକା କୁହୁଡ଼ି ପଡ଼ିବ ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ବୁଲେଟିନରେ କୁହାଯାଇଛି।
ବୁଲେଟିନ୍ ଅନୁସାରେ, ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଅନୁଗୁଳ, ବୌଦ୍ଧ, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ଅଧିକ ରହିଛି।
ସେହିଭଳି ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର,ମୟୂରଭଞ୍ଜ, ଅନୁଗୁଳ ଓ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଏ ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଲୋକାଲ ୱାୟାର