• Skip to primary navigation
  • Skip to main content
  • Skip to primary sidebar
  • Careers
  • Our Advertisers
  • Copyright
  • Frequently Asked Questions (FAQ)
  • Contact Us
  • About Us

LocalWire

The hyper local news platform

  • Home
  • Odia
    • ବିଶେଷ
    • ମନୋରଞ୍ଜନ
    • ଘଟଣା
    • କାର୍ଯ୍ୟକ୍ରମ
    • ରାଜନୀତି
    • କୃଷି
    • ଅର୍ଥନୀତି
    • ପରିବେଶ
    • ଖାଦ୍ୟ
    • ଖେଳ
  • English
    • Happenings
    • Special
    • Bhubaneswar
    • Politics
    • Environment
    • Agriculture
    • Business
    • Government
    • Health
    • Heritage
    • Interview
    • Entertainment
  • Special
  • Bhubaneswar
  • Business
  • Agriculture
  • Education
  • Politics

ପାଣିପାଗ

ଘନୀଭୂତ ହେଉଛି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାରେ ବର୍ଷିବ

November 22, 2020 By LocalWire Leave a Comment

ଭୁବନେଶ୍ୱର, ନଭେମ୍ବର ୨୧ (ଲୋକାଲ ୱାୟାର) : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହେବାରେ ଲାଗିଛି ।

ଆଗାମୀ ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ ଓ ଅବପାତ ରୂପ ନେବାର ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି ।

ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ୨୫ ସୁଦ୍ଧା ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଛୁଇଁବ ।

ଏହାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।

ପାଣିପାଗ ସୂଚନା ଅନୁସାରେ, ଉକ୍ତ ଲଘୁଚାପ ଛଡ଼ା ଏବେ ଓଡ଼ିଶାର ଆଭ୍ୟନ୍ତରୀଣ ଭାଗ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କିମି ପର୍ଯ୍ୟନ୍ତ ପରିବ୍ୟାପ୍ତ।

ଏହା ପ୍ରଭାବରେ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାର କେତେକ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଏଥିସହ ୨୩ରୁ ୨୪ ତାରିଖ ମଧ୍ୟରେ କନ୍ଧମାଳ, ଅନୁଗୁଳ, ମୟୂରଭଞ୍ଜ, କଳାହାଣ୍ଡି, ଗଜପତି, ରାୟଗଡ଼ା ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୪ ତାରିଖରୁ ୨୫ ତାରିଖ ମଧ୍ୟରେ ଓଡ଼ିଶାରେ ପାଗ ଶୁଖିଲା ରହିବ ।

ହେଲେ ୨୫ରୁ ୨୬ ତାରିଖ ମଧ୍ୟରେ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ଅଛି । କୋରାପୁଟ, ରାୟଗଡ଼ା ଓ ଗଜପତିରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୬ ତାରିଖରୁ ୨୭ ତାରିଖରେ ମଧ୍ୟ ଓଡ଼ିଶାରେ ବର୍ଷା ହୋଇପାରେ । ଗଜପତି ଓ ରାୟଗଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି । ଏ ସମସ୍ତ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲୋକାଲ ୱାୟାର

Filed Under: Odia Tagged With: Weather, ଓଡିଶା, ପାଣିପାଗ

ଘୂର୍ଣ୍ଣି ବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

November 21, 2020 By LocalWire Leave a Comment

ଭୁବନେଶ୍ୱର, ନଭେମ୍ବର ୨୧ (ଲୋକାଲ ୱାୟାର) : ଆଭ୍ୟନ୍ତରୀଣ ଓଡ଼ିଶା ତଥା ତାର ଆଖପାଖ ଅଞ୍ଚଳ (ସମୁଦ୍ର ପତନ ଠାରୁ ୦.୯ କିମି)ରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନରେ ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଆଜିଠାରୁ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ କଟକ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ଗଞ୍ଜାମ ନବରଙ୍ଗପୁର ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।

ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରବିବାରଠାରୁ ସୋମବାର ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କଳାହାଣ୍ଡି, ବାଲେଶ୍ୱର, ବଲାଙ୍ଗିର, ଯାଜପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାରେ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ସେହିଭଳି ସୋମବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, କଟକ ଓ ଯାଜପୁର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି ।

ଲୋକାଲ ୱାୟାର

Filed Under: Odia Tagged With: Weather, ଓଡିଶା, ପାଣିପାଗ

ଓଡ଼ିଶାର ୮ ଜିଲ୍ଲାରୁ ସମ୍ପୂର୍ଣ୍ଣ ବିଦାୟ ନେଇଛି ମୌସୁମୀ

October 26, 2020 By LocalWire Leave a Comment

ଭୁବନେଶ୍ୱର, ଅକ୍ଟୋବର ୨୬ (ଲୋକାଲ ୱାୟାର) : ଓଡ଼ିଶାରୁ ମୌସୁମୀ ବିଦାୟ ନେଉଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୋମବାର କହିଛି ।

ରାଜ୍ୟର ୮ ଜିଲ୍ଲାରୁ ସମ୍ପୂର୍ଣ୍ଣ ଏବଂ ଅନ୍ୟ ୮ଟି ଜିଲ୍ଲାରୁ ଆଂଶିକ ଭାବେ ମୌସୁମୀ ବିଦାୟ ନେଇଛି ।

ସମ୍ପୂର୍ଣ୍ଣ ବିଦାୟ ନେଇଥିବା ୮ ଜିଲ୍ଲା ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବଲାଙ୍ଗିର ଓ ନୂଆପଡ଼ା।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରୁ ଆଂଶିକ ଭାବେ ମୌସୁମୀ ବିଦାୟ ନେଇଛି।

ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରୁ ସମ୍ପୂର୍ଣ୍ଣ ଭାବେ ମୌସୁମୀ ବିଦାୟ ନେବ ଏବଂ ଆସନ୍ତା ୨୮ ତାରିଖ ସୁଦ୍ଧା ସାରା ଦେଶରୁ ମୌସୁମୀ ବିଦାୟ ନେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ପାଣିପାଗ

ଆସନ୍ତାକାଲି ସ୍ଥଳଭାଗ ଛୁଇଁବ ଅବପାତ, ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

October 22, 2020 By LocalWire Leave a Comment

ଭୁବନେଶ୍ୱର, ଅକ୍ଟୋବର ୨୨ (ଲୋକାଲ ୱାୟାର) : ବଙ୍ଗୋପସାଗରରେ ସକ୍ରିୟ ଅବପାତ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇ ଉତ୍ତର-ଉତ୍ତର ପୂର୍ବରେ ଗତି କରିବ ।

ଏହାପରେ ଆସନ୍ତାକାଲି ଅପରାହ୍ନରେ ସାଗର ଦ୍ୱୀପପୁଞ୍ଜ ଓ ବାଂଲାଦେଶ ଖେପୁପଡ଼ା ମଧ୍ୟରେ ଛୁଇଁବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଜି ସୂଚନା ଦେଇଛି ।

ଅବପାତ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ସହ କୋହଲା ପବନ ଲାଗି ରହିବ ।

ଅବପାତ ବାତ୍ୟାରେ ପରିଣତ ହେବାର କୌଣସି ସମ୍ଭାବନା ନାହିଁ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

ଆଇଏମ୍‌ଡି ଡିଜିଙ୍କ ସୂଚନା ଅନୁସାରେ, ପ୍ରବଳ ବର୍ଷା ଯୋଗୁ ଗ୍ରାମାଞ୍ଚଳର ତଳିଆ ଅଞ୍ଚଳ ଜଳମଗ୍ନ ହେବାର ସମ୍ଭାବନା ରହିଛି ।

ପୌରାଞ୍ଚଳରେ ମଧ୍ୟ ଡ୍ରେନେଜକୁ ନେଇ ସମସ୍ୟା ଦେଖା ଦେଇପାରେ । ବିଶେଷକରି ସମୁଦ୍ରକୁ ଲାଗିଥିବା ଅଞ୍ଚଳ ବେଶି ପ୍ରଭାବିତ ହେବ ।

ଏବେ ଅବପାତ ପାରାଦ୍ୱୀପଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୧୮୦ କି.ମି. ଦୂରରେ ରହିଛି । ଏହା ପଶ୍ଚିମବଙ୍ଗର ସାଗର ଦ୍ୱୀପପୁଞ୍ଜଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୩୫୦ କି.ମି ଏବଂ ବାଂଲାଦେଶର ଖେପୁପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୪୯୦ କି.ମି ଦୂରରେ ରହିଛି ।

ସମୁଦ୍ରରେ ଏହାର ପ୍ରଭାବ ଅଧିକ ଅନୁଭୂତ ହେବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ଓଡ଼ିଶାର ସବୁ ବନ୍ଦରକୁ ୩ନଂ ସତର୍କ ସଙ୍କେତ ଜାରି କରାଯାଇଛି ।

ଅନ୍ୟପଟେ, ଅବପାତ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପାଇଁ ୪ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଏବଂ ଭଦ୍ରକକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ଜିଲ୍ଲାଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଉପକୂଳ ଅଞ୍ଚଳରେ ପବନ ଘଣ୍ଟା ପ୍ରତି ୩୦ରୁ ୪୦ କିମି ସହ ସମୟ ସମୟରେ ୫୦ କିମି ରହିବାର ସମ୍ଭାବନା ଅଛି।

ସେହିପରି ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଲୋକାଲ ୱାୟାର

Filed Under: Odia Tagged With: ଓଡିଶା, ପାଣିପାଗ

ଦୁଇ ଦିନରେ କମିବ ବର୍ଷା, ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ: ଏସଆରସି

October 14, 2020 By LocalWire Leave a Comment

ଭୁବନେଶ୍ୱର, ଅକ୍ଟୋବର ୧୪(ଲୋକାଲ ୱାୟାର): ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଏବେ ଜାରି ଥିବା ଲଘୁଚାପ ବର୍ଷା ଦୁଇ ଦିନ ମଧ୍ୟରେ ହ୍ରାସ ପାଇବ ଏବଂ ବନ୍ୟା ଆଶଙ୍କା ନାହିଁ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ କୁମାର ଜେନା କହିଛନ୍ତି ।

ସେ କହିଛନ୍ତି, ଗଞ୍ଜାମ ଜିଲ୍ଲାରେ ତିନୋଟି ବ୍ଲକରେ ୩ଶହ ମିିଲିମିଟରରୁ ଅଧିକ ବର୍ଷା ହୋଇଛି ।

୧୬ଟି ବ୍ଲକରେ ୧୦୦ ମି.ମି.ରୁ ଅଧିକ ବର୍ଷା ହୋଇଛି । ଗଜପତି ଜିଲ୍ଲାର ୭ଟି ବ୍ଲକରେ ୧୫୦ ମି.ମିରୁ ଅଧିକ ବର୍ଷା ହୋଇଛି ।

କବିସୂର୍ଯ୍ୟନଗରରେ ୩୨୮, ଆସ୍କାରେ ୩୦୭.୬,ପୁରୁଷୋତ୍ତମପୁରରେ ୩୦୬, ଖଲ୍ଲିକୋଟରେ ୨୫୨, ସାନଖେମୁଣ୍ଡିରେ ୨୬୫, ସେରଗଡ଼ରେ ୨୨୩, ମୋହନାରେ ୨୧୮ ମି.ମି. ବର୍ଷା ରେକର୍ଡ କରାଯାଇଛି ।

କୋରାପୁଟ ଜିଲ୍ଲାର ନାରାୟଣପାଟଣାରେ ୧୨୬.୮ ଏବଂ ନୟାଗଡ଼ ଜିଲ୍ଲାର ଦଶପଲ୍ଲାରେ ୧୦୫ ମି.ମି. ବର୍ଷା ହୋଇଛି ।

ତେବେ ଏହି ବର୍ଷା ଯୋଗୁ ଗଞ୍ଜାମ କିମ୍ବା ଗଜପତି ଜିଲ୍ଲାରେ ବନ୍ୟାର ଆଶଙ୍କା ନାହିଁ ବୋଲି ଶ୍ରୀ ଜେନା କହିଛନ୍ତି ।

ପରୁଷୋତ୍ତମପୁରରେ ଜଳସ୍ତର ବଢ଼ୁଥିଲେ ମଧ୍ୟ ବିପଦସଙ୍କେତ ଟପିବ ନାହିଁ ବୋଲି ଅନୁମାନ କରାଯାଉଥିବା ସେ କହିଛନ୍ତି ।

ଲୋକାଲ ୱାୟାର

Filed Under: Odia, Weather, ପାଣିପାଗ Tagged With: Weather, ଓଡିଶା, ପାଣିପାଗ

ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

October 13, 2020 By LocalWire Leave a Comment

ଭୁବନେଶ୍ୱର, ଅକ୍ଟୋବର ୧୩ (ଲୋକାଲ ୱାୟାର) : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଭୀଷଣ ଅବପାତର ରୂପ ନେଇ ମଙ୍ଗଳବାର ସକାଳେ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିସାରିଥିବା ବେଳେ ବୁଧବାର ସକାଳ ସାଢେ ୮ ପର୍ଯ୍ୟନ୍ତ ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

ଏନେଇ ଗଞ୍ଜାମ, ଗଜପତି, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆସନ୍ତା ୬ ଘଣ୍ଟା ଭିତରେ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୦ରୁ ୪୫ କିଲୋମିଟର ବେଗରେ ପବନ ବୋହିବା ସହ ମଝିରେ ମଝିରେ ୬୫ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି ।

ଆଜି ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

ଲୋକାଲ ୱାୟାର

Filed Under: Odia, Weather, ପାଣିପାଗ Tagged With: Weather, ଓଡିଶା, ପାଣିପାଗ

ୱେଲ୍‌ମାର୍କରେ ପରିଣତ ହେଲା ଲଘୁଚାପ, ୧୪ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

October 10, 2020 By LocalWire Leave a Comment

ଭୁବନେଶ୍ୱର, ଅକ୍ଟୋବର ୧୦ (ଲୋକାଲ ୱାୟାର) : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ୱେଲ୍‌ମାର୍କରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇ ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତ ବା ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ରହିଛି ।

ଏହା ପରେ ପଶ୍ଚିମ ଉତ୍ତର ପଶ୍ଚିମକୁ ଗତିକରି ୧୨ ତାରିଖରେ ଆନ୍ଧ୍ର ଉପକୂଳ ଛୁଇଁବାର ସମ୍ଭାବନା ଅଛି ।

ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟାରେ ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ଏହାସହ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଘଡଘଡି, ବିଜୁଳି ସହ ବର୍ଷା ସମ୍ଭାବନା ଅଛି । ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୧ରୁ ୧୨ ତାରିଖ ମଧ୍ୟରେ ଗଞ୍ଜାମ, ଗଜପତି, ପୁରୀ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୨ରୁ ୧୩ ତାରିଖ ମଧ୍ୟରେ ୫ ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା ଓ କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି କନ୍ଧମାଳ, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

୧୩ ଓ ୧୪ ତାରିଖ ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୪ ତାରିଖ ବେଳକୁ ଏହି ଲଘୁଚାପ ଦୁର୍ବଳ ହେବ । ହେଲେ ଉତ୍ତର ଆଣ୍ଡାମାନ ସାଗରେ ୧୪ ତାରିଖ ଆଉ ଏକ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି ।

ଲୋକାଲ ୱାୟାର

Filed Under: Odia, Weather, ପାଣିପାଗ Tagged With: Weather, ଓଡିଶା, ପାଣିପାଗ

କାଲି ଅବପାତର ରୂପ ନେବ ଲଘୁଚାପ; ୧୧ ତାରିଖରୁ ଏ ସବୁ ଜିଲ୍ଳାରେ ପ୍ରବଳ ବର୍ଷା ସମ୍ଭାବନା

October 9, 2020 By LocalWire Leave a Comment

ଭୁବନେଶ୍ୱର, ଅକ୍ଟୋବର ୯ (ଲୋକାଲ ୱାୟାର): ଉତ୍ତର ଆଣ୍ଡାମାନ ସମୁଦ୍ର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଆସନ୍ତାକାଲି ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଅଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

ଏହା ଅବପାତରେ ପରିଣତ ହୋଇ ଅକ୍ଟୋବର ୧୨ ତାରିଖ ସକାଳେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନ ରହିଛି ।

ତେଣୁ ଅକ୍ଟୋବର ୧୧ରୁ ୧୩ ତାରିଖ ମଧ୍ୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ବହୁ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୧୧ ତାରିଖ ସକାଳ ସାଢେ ୮ଟାରୁ ୧୨ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଦିନ ମାଲକାନଗିରି, କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୨ ତାରିଖରୁ ୧୩ ତାରିଖ ଯାଏଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ।

ସେହିଭଳି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।

୧୦ ଅକ୍ଟୋବର ରାତିରୁ ଉପକୂଳରେ ୪୫ରୁ ୫୫ କିମି ପବନ ଆଶଙ୍କା ରହିଛି ।

ତେଣୁ ୧୦ରୁ ୧୩ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

ଲୋକାଲ ୱାୟାର

Filed Under: Odia, Weather, ପାଣିପାଗ Tagged With: Weather, ଓଡିଶା, ପାଣିପାଗ

ରାଜ୍ୟର ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

October 5, 2020 By LocalWire Leave a Comment

ଭୁବନେଶ୍ୱର, ଅକ୍ଟୋବର ୫ (ଲୋକାଲ ୱାୟାର) : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳ ଉପରେ ଲଘୁଚାପ ବଳୟ ଥିବାରୁ ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି (ମଙ୍ଗଳବାର) ସକାଳ ସାଢେ ୮ଟା ପର୍ଯ୍ୟନ୍ତ ରାଜ୍ୟର ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି ।

ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର ଓ ସୋନପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ମଙ୍ଗଳବାର ଓ ବୁଧବାର ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆରସି) ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ୟପଟେ ଉତ୍ତର ଆଣ୍ଡାମାନ ସମୁଦ୍ର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ବଳୟ ସୃଷ୍ଟି ହେଉଥିବାରୁ ଆସନ୍ତା ୧୧ ରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ କହିଛି ।

ଆସନ୍ତା ୯ ତାରିଖ ବେଳକୁ ସୃଷ୍ଟି ହେଉଥିବା ଏହି ଲଘୁଚାପ କ୍ରମେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ।

ଏହା ଅବପାତରେ ପରିଣତ ହୋଇ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳ ଦିଗକୁ ଗତି କରିବ ।

ତେଣୁ ଅକ୍ଟୋବର ୧୧ରୁ ୧୩ ତାରିଖ ମଧ୍ୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ବହୁ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଲୋକାଲ ୱାୟାର

Filed Under: Odia, Weather, ପାଣିପାଗ Tagged With: Weather, ଓଡିଶା, ପାଣିପାଗ

ଲଘୁଚାପ ପ୍ରଭାବରେ ୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

October 2, 2020 By LocalWire Leave a Comment

ଭୁବନେଶ୍ୱର, ଅକ୍ଟୋବର ୨ (ଲୋକାଲ ୱାୟାର) : ପଶ୍ଚିମ ମଧ୍ୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଲଘୁଚାପ ଘନୀଭୂତ ହୋଇଥିବାରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆସନ୍ତା ୭ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଶୁକ୍ରବାର ସୂଚନା ଦେଇଛି ।

ଆସନ୍ତା ୨୪ ଘଣ୍ଟା (୩ ତାରିଖ ଯାଏ) ମଧ୍ୟରେ ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦୁଝର, ପୁରୀ, ଗଞ୍ଜାମ ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୪ ତାରିଖଠାରୁ ବର୍ଷାର ପରିମାଣ ବଢିବ । ଏନେଇ କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୫ ତାରିଖ ପାଇଁ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ସମ୍ବଲପୁର, ଅନୁଗୁଳ, ମୟୂରଭଞ୍ଜ, କଟକ, ଢେଙ୍କାନାଳ ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏ ସମସ୍ତ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ।

୬ ତାରିଖରେ କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୭ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ।

ପ୍ରବଳ ବର୍ଷା ଯୋଗୁଁ ଜଳବନ୍ଦୀ ସମସ୍ୟା ଦେଖା ଦେବା ସହ ଭୂ-ସ୍ଖଳନ ଆଦି ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ଥିବାରୁ ସଜାଗ ରହିବାକୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଛନ୍ତି ।

ଏଥିସହ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଲୋକାଲ ୱାୟାର

Filed Under: Odia, Weather, ପାଣିପାଗ Tagged With: ଓଡିଶା, ପାଣିପାଗ

  • Go to page 1
  • Go to page 2
  • Go to page 3
  • Interim pages omitted …
  • Go to page 30
  • Go to Next Page »

Primary Sidebar

ଲୋକପ୍ରିୟ

ଶବହେବାକୁ ଭାବିଥିଲେ, ଏବେ ଶବକୁ ସାଥୀ କରିଛନ୍ତି ସାଥୀ ଋତୁରାଣୀ (ସ୍ୱତନ୍ତ୍ର)

ଏମିତି ଜଣେ ମହିଳା ହେଲେ ଋତୁରାଣୀ ସେନାପତି । ନିଜ ଘର ବାଲେଶ୍ୱର ହୋଇଥିଲେ ବି ରହୁଛନ୍ତି ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ।

ଅନ୍ୟ ଝିଅମାନଙ୍କ ଭଳି ସେ ବି ସ୍ୱପ୍ନ ଦେଖିଥିଲେ । ବିବାହ କରିବେ, ସ୍ୱାମୀ, ପରିବାର, ପିଲାମାନଙ୍କ ସହ ସମୟ କାଟିବେ ।

ତିନି ହଜାର ବର୍ଷର ଇତିହାସର ଗନ୍ତାଘର- ଓଡ଼ିଶା ରାଜ୍ୟ ସଂଗ୍ରହାଳୟ

ସଂଗ୍ରହାଳୟର ସମୃଦ୍ଧ ତାଳପତ୍ର ପାଣ୍ଡୁଲିପି ଗ୍ୟାଲେରିରେ ୨୭ଟି ବିଷୟରେ ୨୦ ହଜାରରୁ ଅଧିକ ପାଣ୍ଡୁଲିପି ସ୍ଥାନ ପାଇଛି ।

ସେହିପରି ପ୍ରତ୍ୱତତ୍ତ୍ୱ ବିଭାଗରେ ଖ୍ରୀଷ୍ଟପୂର୍ବ ତୃତୀୟ ଶତାବ୍ଦୀରୁ ଆରମ୍ଭ କରି ମଧ୍ୟଯୁଗ ଶେଷ ପର୍ଯ୍ୟନ୍ତ ବିଭିନ୍ନ ସମୟର ସ୍ଥାପତ୍ୟ ତିନିଟି ବିରାଟ ହଲରେ ପ୍ରଦର୍ଶିତ ହେଉଛି ।

ସେଲିବ୍ରିଟି କହିଲେ ମେରି ଖ୍ରୀଷ୍ଟମାସ୍

କେହି କାହାକୁ ଦେଖା ନହୋଇପାରିଲେ କ’ଣ ହେଲା କିନ୍ତୁ ମେରି ଖ୍ରୀଷ୍ଟମାସ୍ କହିବାକୁ ଭୁଲି ନାହାନ୍ତି ।

ଖାସ୍ କରି ବଡ଼ଦିନ ପୂର୍ବରୁ ଆମ ଓଲିଉଡର ତାରକାମାନେ ପ୍ରଶଂସକଙ୍କୁ ମେରି ଖ୍ରୀଷ୍ଟମାସ୍ କହି ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।

ମାଓଗଡରେ ପିଲାଙ୍କୁ ଶିକ୍ଷିତ କରାଉଛନ୍ତି ଦୁଇ ଝିଅ

କଠିନ ପରିସ୍ଥିତିମଧ୍ୟରେ ଏହି ଝିଅମାନଙ୍କର ଦୃଢ ଆତ୍ମବିଶ୍ୱାସ ଓ ନିରନ୍ତର ପ୍ରୟାସ ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛି ।

ମାଓଗଡରେ ବୋମା ବନ୍ଧୁକର ଗର୍ଜନକୁ ନ ଡରି ସେମାନେ ସ୍ୱାଭାବିକ ଭାବେ ଶିକ୍ଷାର ବାତାବରଣ ଗଢି ତୋଳୁଛନ୍ତି ।

ଓଡ଼ିଶାରେ ଭୋକାଲ ଫର୍ ଲୋକାଲ କ୍ରେଜ୍

ଭୋକାଲ୍ ଫର ଲୋକାଲର ମନ୍ତ୍ରକୁ ଆପଣେଇ ବକୁଲ୍ ଫାଉଣ୍ଡେସନ୍ ଭିନ୍ନ ଅନ୍ଦାଜରେ ଏହି କ୍ୟାମ୍ପେନ୍ ଆରମ୍ଭ କରିଛି ।

ଯେଉଁଥିରେ ପ୍ରିୟଜନଙ୍କୁ ଉପହାର ଆକାରରେ ଓ ଅଭ୍ୟର୍ଥନା ସ୍ୱରୂପ ଗଛଟିଏ ଉପହାର ଦେବାକୁ ପ୍ରୋତ୍ସାହିତ କରାଯାଉଛି ।

ପାହାଡ଼ି ମହିଳାଙ୍କ ହସ୍ତତନ୍ତ ଏବେ ଫ୍ଲିପକାର୍ଟରେ, ସଫଳତାର କାହାଣୀ କହୁଛି ସିଲକ୍ ପାର୍କ

ଘରର ଚାରିକାନ୍ଥ ଡେଇଁ ଏମାନେ ବାହାରିଛନ୍ତି ବାହାରକୁ । ନିଜ ହାତରେ ନିଜେ ବୁଣିଛନ୍ତି ସ୍ୱପ୍ନର ମିନାର ।

କଠିନ ପରିଶ୍ରମ ଓ ବୃତ୍ତି ପ୍ରତି ଆସକ୍ତି ହିଁ ସେମାନଙ୍କୁ ରେଶମ ଦୁନିଆରେ ଦେଇଛି ନୂଆ ପରିଚୟ ।

ଅଧିକ ବିଶେଷ ଖବର

Newsletter






Copyright © 2021 · LocalWire